ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ ଭାଇରାଲ ଘଟଣା ଏବେ ସାମ୍ନାକୁ ଆସିଛି। ଏହି ଘଟଣାରେ ଜିଲା ଶିକ୍ଷାଧିକାରୀ ଦୀପକ କୁମାର ପାଢ଼ୀ ଗୁରୁବାର ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜ୍ୟୋତି ରଞ୍ଜନ ସାହୁଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବନ ଅବଧି ମଧ୍ୟରେ ସାହୁ କାକଟପୁର ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରିବେ।
ଶ୍ରେଣୀଗୃହରେ ଜଣେ ଅବସରପ୍ରାପ୍ତ କର୍ମଚାରୀ କିଭଳି ଅବାଧରେ ପ୍ରବେଶ କରି ଏଭଳି କାର୍ଯ୍ୟ କରିବାକୁ ସାହସ କଲେ ଏବଂ ସ୍କୁଲ କର୍ତ୍ତୃପକ୍ଷ ଜାଣିପାରିଲେ ନାହିଁ ତାହାକୁ ନେଇ ପ୍ରଶ୍ନ ଉଠିଛି।
ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଅଭିଭାବକ ମହଲରେ ଦାବି କରାଯାଇଛି। ପ୍ରଧାନଶିକ୍ଷକ ଏ ସଂକ୍ରାନ୍ତରେ ଗୁରୁବାର କାକଟପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଥାନା ଅଧିକାରୀ ବସନ୍ତ କୁମାର ସାହୁ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ଅଭିଯୁକ୍ତ ଫେରାର ଥିବା ସୂଚନା ମିଳିଛି। ଜିଲା ଶିକ୍ଷାଧିକାରୀ ପାଢ଼ୀ କହିଛନ୍ତି, ଭିଡିଓ ଭାଇରାଲ ଘଟଣାକୁ ଗୁରୁତ୍ୱର ସହ ନେଇ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି। ଏ ସଂକ୍ରାନ୍ତରେ ପୁରୀ ଜିଲାପାଳ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ଗଣଶିକ୍ଷା ବିଭାଗକୁ ଜଣାଇ ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ଦାରିଙ୍ଗବାଡ଼ିରେ କାଳବୈଶାଖୀର ତାଣ୍ଡବ: ଉଡ଼ିଗଲା ଏକାଧିକ ଘରର ଆଜବେଷ୍ଟସ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ…

ଦାରିଙ୍ଗବାଡ଼ି, ୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡ଼ି ଗ୍ରାମରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି।…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

କାଜୁ ବାଡ଼ରେ ନିଆଁ ଲିଭାଇବା ହେଲା କାଳ, ଝାସରେ ଗୁରୁତର ହେଲେ ସ୍ବାମୀସ୍ତ୍ରୀ

ମୋହନା, ୧୪।୩ (ମନ୍ମଥ ମିଶ୍ର): ଗଜପତି ଜଲା ମୋହନା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଜୁ ବାଡ଼ରେ ଲାଗିଥିବା ନିଆଁକୁ ଲିଭାଇବାକୁ ଯାଇ ଜଣେ ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri