ଛାତ୍ରୀମାନେ ଆତ୍ମରକ୍ଷା କୌଶଳ ଜାଣିବା ଜରୁରୀ: ଶାରୀରିକ-ମାନସିକ ସ୍ତରରେ…

ଭଞ୍ଜନଗର,୨୫।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଛାତ୍ରୀ ଆତ୍ମରକ୍ଷା ତାଲିମ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୈନନ୍ଦିନ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଦିଆଯିବ। ଛାତ୍ରୀମାନେ ନିଜକୁ ନିଜେ ଅନ୍ୟମାନଙ୍କ ଆକ୍ରମଣରୁ କିଭଳି ରକ୍ଷା କରିପାରିବେ ଏହି ଶିବିରର ମୁଖ୍ୟ ଲକ୍ଷ୍ୟ। ଛାତ୍ରୀମାନେ ଶାରୀରିକ ଓ ମାନସିକ ଉଭୟ ସ୍ତରରେ ଦୃଢ଼ ହେବା ଆବଶ୍ୟକତା ରହିଛି। ତାହାହେଲେ ଯାଇ ଛାତ୍ରୀମାନେ ପ୍ରତିଟି ପରିସ୍ଥିତିର ମୁକାବିଲା କରିପାରିବେ ବୋଲି ବକ୍ତାମାନେ କହିଥିଲେ। ଅଧ୍ୟକ୍ଷ କୁମୁନ୍ଦ ଚନ୍ଦ୍ର ମହାପାତ୍ର ଏଥିରେ ଅଧ୍ୟକ୍ଷତା କରି ସରକାରଙ୍କ ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ଭଞ୍ଜନଗର ମେଡ଼ିକାଲର ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡାକ୍ତର ନିବେଦିତା ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ଆକାଉଣ୍ଟ ବର୍ଶର ପ୍ରାଧ୍ୟାପକ ସନାତନ ବେହେରା, ଛାତ୍ରୀ ଆତ୍ମରକ୍ଷା ସହ ଯୋଜନା ଅଧିକାରୀ ପ୍ରାଧ୍ୟାପକ ବିଜୟ ମଲ୍ଲିକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ଛାତ୍ରୀ ଆତ୍ମରକ୍ଷା
ଯୋଜନା ଅଧିକାରୀ ପ୍ରାଧ୍ୟାପିକା ସ୍ମରଣିକା ପାଢ଼ୀ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସଂପର୍କରେ କହିଥିଲେ। ଛାତ୍ରୀମାନଙ୍କୁ ୧୦ ଦିନ ଧରି ତାଲିମ ଦିଆଯିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri