ମଧ୍ୟାହ୍ନଭୋଜନ ଖାଉନାହାନ୍ତି ଛାତ୍ରୀଛାତ୍ର

ରଘୁନାଥପୁର,୨୯ା୩(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷାର ଉନ୍ନତି ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି। ଏଠାରେ ମାଗଣାରେ ମଧ୍ୟାହ୍ନ ଭୋଜନଠାରୁ ଆରମ୍ଭ କରି ପାଠପଢା ବହି ଓ ରହିବା ଖାଇବାର ବ୍ୟବସ୍ଥା କରାଯାଇଛି। ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ପୂର୍ଣ୍ଣଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଅସ୍ଥାୟୀଭାବେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଚାଲିଛି। ଏହି ବିଦ୍ୟାଳୟରେ ପଢ଼ୁଥିବା କେତେଜଣ ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନ ଖାଇବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ମଧ୍ୟାହ୍ନ ଭୋଜନ ସମୟରେ ସମସ୍ତେ ଗୋଟିଏ ସ୍ଥାନରେ ବସି ଭୋଜନ କରୁଥିବାବେଳେ ଉକ୍ତ ଛାତ୍ରୀଛାତ୍ରମାନେ ସେହି ସ୍ଥାନରେ ଟିଫିନରେ ଆଣିଥିବା ଚଟପଟି ଖାଦ୍ୟ ଖାଉଛନ୍ତି। ଏହା ଅନ୍ୟ ପିଲାଙ୍କ ଉପରେ ପ୍ରଭାବ ପକାଉଛି ବୋଲି ଅଭିଭାବକମାନେ ନାମ ଗୋପନ ରଖି କହିଛନ୍ତି। ଏସମ୍ପର୍କରେ କେତେଜଣ ଅଭିଭାବକ କହିଛନ୍ତି, ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଦିଆଯାଉଥିବା ଖାଦ୍ୟ ସ୍ବାଦହୀନ ରହୁଛି। ପିଲାମାନେ ଏହାକୁ ଖାଇବାକୁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଏହାଛଡ଼ା ଆଉ କେତେଜଣ ଅଭିଭାବକଙ୍କ ନିଜ ପିଲାମାନଙ୍କ ପ୍ରତି ଅଧିକ ଦୁର୍ବଳତା ରହିଛି। ସେମାନଙ୍କ ପାଇଁ ଟିଫିନ ଦେବା ଏକ ଟ୍ରେଣ୍ଡ ପାଲଟିଛି। ଏନେଇ ଅଭିଭାବକମାନେ ସଚେତନ ହେବା ଜରୁରୀ ବୋଲି କୁହାଯାଉଛି। ବିଦ୍ୟାଳୟରେ ଦୈନିକ ଉପସ୍ଥାନ ଅନୁଯାୟୀ ମଧ୍ୟାହ୍ନ ଭୋଜନ କରାଯାଉଥିବାବେଳେ ଯେଉଁମାନେ ଏହାକୁ ଖାଉନାହାନ୍ତି, ସେମାନଙ୍କ ଖାଦ୍ୟ କ’ଣ ହେଉଛି ବୋଲି ପ୍ରଶ୍ନ ଉଠିଛି।
ସମ୍ପର୍କରେ ମଧ୍ୟାହ୍ନ ଭୋଜନ ଦାୟିତ୍ୱରେ ଥିବା ଶିକ୍ଷକ ବିଭୂତି ଭୂଷଣ ଦାଶ କୁହନ୍ତି, ଦୈନିକ ୧୦/୧୨ ପିଲା ଘରୁ ଟିଫିନ ଆଣି ଖାଉଛନ୍ତି। ସେମାନଙ୍କୁ ମନାକରାଯିବା ସତ୍ତ୍ୱେ ସେମାନେ ଟିଫିନ ଆଣୁଛନ୍ତି । ଅପରପକ୍ଷେ ବିଦ୍ୟାଳୟରେ ଖାଦ୍ୟ ରୁଚିକର ହେଉଛି ମାତ୍ର ଅଳ୍ପ କେତେଜଣଙ୍କୁ ଛାଡ଼ିଦେଲେ ଅନ୍ୟ ସବୁ ପିଲା ଏଠାରେ ମଧ୍ୟାହ୍ନ ଭୋଜନ କରୁଛନ୍ତି ବୋଲି ବିଦ୍ୟାଳୟର ଅଧ୍ୟକ୍ଷ ହୃଷୀକେଶ ସାହୁ କହିଛନ୍ତି। ଆଗାମୀ ପିଟିଏ ମିଟିଂରେ ଅଭିଭାବକଙ୍କୁ ଏଥିପ୍ରତି ସଚେତନ କରାଯିବା ସହ ଆସନ୍ତା ବୁଧବାର ଓ ଶନିବାର ଠାରୁ ପିଲାଙ୍କୁ ସିଝା ଅଣ୍ଡା ପରିବର୍ତ୍ତେ ଅଣ୍ଡାକୁ ତେଲରେ ଭାଜି ତରକାରି କରି ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି। ଜିଲା ଶିକ୍ଷାଧିକାରୀ ଓ ଜିଲାପାଳ ଏଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ ବୋଲି ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?