ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ ମହୋତ୍ସବ ଆୟୋଜିତ ହୋଇଥିଲା। ଏଥିରେ ନିଜ କଳା ପଦର୍ଶନ କରି କୃତିତ୍ୱ ଅର୍ଜନ କରିଛନ୍ତି ଛତ୍ରପୁର ଜୟଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ। ଏହି କାର୍ଯ୍ୟକ୍ରମରେ ବିଜେତା ହେବା ସହ ଆସନ୍ତା ୩୦ ଜାନୁଆରୀ ୨୦୨୬ ତାରିଖରେ କୋଲକାତାର ସତ୍ୟଜିତ୍‌ ରାୟ ଅଡିଟୋରିୟମରେ ହେବାକୁଥିବା ଜାତୀୟସ୍ତରୀୟ ପ୍ରତିଯୋଗିତାରେ ନୃତ୍ୟ ପ୍ରଦର୍ଶନ କରିବାର ସୁଯୋଗ ଲାଭ କରିଛନ୍ତି। ତିନି ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ୧୩୦ଟିମ ଅଂଶ ଗ୍ରହଣ କରିଥିବା ବେଳେ ଶ୍ରୀ ଗଣେଶଙ୍କ ପୁନଃଜନ୍ମ ଓଡ଼ିଶୀ ନୃତ୍ୟ ପଦର୍ଶନ କରି ଚମ୍ପିୟନ ହୋଇଥିଲେ ଛତ୍ରପୁର ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଗୁରୁ ଅଳକା ସାହୁଙ୍କ ୧୫ଜଣ ଛାତ୍ରୀ। ଏହା ସହ କୋଲକାତାଠାରେ ଆୟୋଜିତ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାରୁ ୯ଟି ଟିମ ନୃତ୍ୟ ପଦର୍ଶନ କରିବାକୁ ଥିବାବେଳେ ଛତ୍ରପୁରର ନୃତ୍ୟଶିଳ୍ପୀମାନେ ମଧ୍ୟ ନିଜ କଳା ପଦର୍ଶନ କରିବେ। ଏହି ଅବସରରେ ନୃତ୍ୟଶିଳ୍ପୀ ଅଳକା ସାହୁଙ୍କୁ ଗୁରୁ ମହାରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri