ରାସ୍ତାରେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୦।୪(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିବା ପରେ ରାଜ୍ୟ ସରକାର ମୁଣ୍ଡ ନୁଆଁଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ୍‌ ବନ୍ଦ ନିଷ୍ପତ୍ତିକୁ ପ୍ରତ୍ୟାହାର କରିନେଇଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ବିଶ୍ୱବିଦ୍ୟାଳୟ ହଷ୍ଟେଲ ବନ୍ଦ ହେବନାହିଁ। ଆଗକୁ କରୋନା ସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।
ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ ସଂକ୍ରମଣ ବ୍ୟାପୁଛି। ବିଗୁଡୁଥିବା ସ୍ଥିତିକୁ ଦେଖି ରାଜଧାନୀରେ ଥିବା ଶିକ୍ଷାନୁଷ୍ଠାନଗୁଡ଼ିକୁ ଖାଲି କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ଦ୍ଦେଶ ଦେଇଛି। ଏହି ପରିପ୍ରେକ୍ଷୀରେ ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ୧୨ ତାରିଖ ସୁଦ୍ଧା ଚତୁର୍ଥ ସେମିଷ୍ଟର ଓ ୧୬ ତାରିଖ ସୁଦ୍ଧା ପ୍ରଥମ ସେମିଷ୍ଟର ପିଲାଙ୍କୁ ହଷ୍ଟେଲ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ଛାତ୍ରୀଛାତ୍ରମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିବା ସହ ନିର୍ଦ୍ଦେଶକୁ ବିରୋଧ କରି ଶୁକ୍ରବାର ଆନ୍ଦୋଳନକୁ ଓହ୍ଲାଇଥିଲେ। ଶହଶହ ଛାତ୍ରୀଛାତ୍ର ପୂର୍ବାହ୍ନରେ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ସମ୍ମୁଖ ଜାତୀୟ ରାଜପଥ ଓ ବାଣୀବିହାର ଛକରେ ବସି ରହିବା ସହ ଅବରୋଧ କରି ପିକେଟିଂ କରିଥିଲେ। ଏଥିସହ କୁଳପତିଙ୍କ କାର୍ଯ୍ୟାଳୟରେ ମଧ୍ୟ ଧାରଣା ଦେଇଥିଲେ। ସେମାନେ ସରକାର ଓ ବିଏମସିର ଏଭଳି ନିଷ୍ପତ୍ତିକୁ ତୀବ୍ର ନିନ୍ଦା କରିବା ସହ ତୁରନ୍ତ ଏହାକୁ ପ୍ରତ୍ୟାହାର ପାଇଁ ଦାବି କରିଥିଲେ। ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରିବା ପାଇଁ ଚେତାବନୀ ବି ଦେଇଥିଲେ। ଛାତ୍ରୀଛାତ୍ରଙ୍କ କହିବାନୁଯାୟୀ, କରୋନା ପାଇଁ ପ୍ରାୟ ବର୍ଷେ ହେବ ଘରେ ରହିଥିଲୁ। ଫଳରେ ପାଠପଢ଼ାରେ ବହୁ ବ୍ୟାଘାତ ହୋଇଛି। ଏବେ ହଷ୍ଟେଲରେ ଆସି ପାଠ ପଢ଼ାକୁ ସଜାଡ଼ିବା ପାଇଁ ପରିଶ୍ରମ କରୁଥିବାବେଳେ ହଷ୍ଟେଲ ଛାଡ଼ିବା ନିଷ୍ପତ୍ତି ଗ୍ରହଣୀୟ ନୁହେଁ। ନିର୍ବାଚନ ପାଇଁ ରାଲି, ପ୍ରଚାର କରାଯାଉଛି, ସେଠି ଯଦି କରୋନା ସଂକ୍ରମଣ ହେଉ ନାହିଁ, ହଷ୍ଟେଲରେ କିପରି ସଂକ୍ରମଣ ହୋଇଯିବ। ତେଣୁ ଆମେ ହଷ୍ଟେଲ ଛାଡ଼ିବୁ ନାହିଁ ବୋଲି ଜିଦ୍‌ ଧରି ବସିଥିଲେ। ଫଳରେ କ୍ୟାମ୍ପସ ସମେତ ବିଶ୍ୱବିଦ୍ୟାଳୟ ଫାଟକ ଓ ବାଣୀବିହାର ଛକରେ ୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା। ରାଜପଥରେ ଗାଡ଼ିମୋଟର ଚଳାଚଳ ଠପ୍‌ ହୋଇଯାଇଥିଲା। ଫୋର୍ସ ସହ ପୋଲିସ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିବା ସହ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଏପଟେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ମଧ୍ୟ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ। ସରକାରଙ୍କ କୋଭିଡ୍‌ କଟକଣାକୁ ଆମକୁ ପାଳନ କରିବାକୁ ପଡ଼ିବ। ଜୀବନ ବଞ୍ଚତ୍ଲେ ପାଠପଢ଼ିହେବ। ତେଣୁ ନିର୍ଦ୍ଦେଶ ମାନିବାକୁ ବୁଝାଇଥିଲେ ମଧ୍ୟ ସେମାନେ କିଛି ଶୁଣି ନ ଥିଲେ। ଅପରାହ୍ନ ପ୍ରାୟ ୩ଟାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ଏକ ପ୍ରତିନିଧି ଦଳକୁ ଡକାଇ ନିଜ ବାସଭବନରେ ଆଲୋଚନା କରିଥିଲେ। ଆଲୋଚନା ପରେ ହଷ୍ଟେଲ ଖୋଲା ରହିବ ବୋଲି ମନ୍ତ୍ରୀ ଘୋଷଣା କରିଥିଲେ। ପିଲାଙ୍କ ପାଠପଢ଼ା ଓ ଉଚ୍ଚଶିକ୍ଷା ପାଇଁ ବର୍ତ୍ତମାନ ହଷ୍ଟେଲ ଖୋଲାଯିବାର ଆବଶ୍ୟକତା ରହିଛି। ତେଣୁ ଏବେ ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଖୋଲା ରହିବ। ପରବର୍ତ୍ତୀ ସମୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ। ତେବେ କରୋନା ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ପାଳନ କରି ହଷ୍ଟେଲରେ ରହିବା ପାଇଁ ଛାତ୍ରୀଛାତ୍ରଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେହିପରି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କୁ ମଧ୍ୟ ଏକ ପ୍ରତିନିଧି ଦଳ ଭେଟିଥିଲା। କମିଶନର ମଧ୍ୟ ହଷ୍ଟେଲରେ ସମସ୍ତ ନିୟମକୁ ପାଳନ କରି ରହିବା ପାଇଁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri