ରାସ୍ତା ଅବରୋଧ କଲେ ଛାତ୍ରୀ,ଅଭିଭାବକ

ବାରିପଦା ଅଫିସ,୩୧ା୧: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ପାଇକବସା କସ୍ତୁରବାଗାନ୍ଧୀ ବାଳିକା ବିଦ୍ୟାଳୟ (କେଜିବିଭି)ର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଛାତ୍ରୀଙ୍କ ସମେତ ଶତାଧିକ ଅଭିଭାବକ ବାରିପଦା-ଉଦଳା ରାଜ୍ୟରାଜପଥର କରଞ୍ଜିଆଠାରେ ସୋମବାର ରାସ୍ତା ଅବରୋଧ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଅନ୍ତେବାସୀମାନଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ଦୁର୍ବ୍ୟବହାର କରିବା ନେଇ ଅଭିଭାବକଙ୍କ ସମେତ ବାରିପଦା ବିଧାୟକ ପ୍ରକାଶ ସୋରେନ ଉପସ୍ଥିତ ରହି ଦାବି ଉପସ୍ଥାପନା କରିଥିଲେ। ଖବରପାଇ ସଦର ଥାନାଧିକାରିଣୀ ମଧୁସ୍ମିତା ମହାନ୍ତି ପହଞ୍ଚତ୍ ବୁଝାଶୁୁଝା କରିବା ପରେ ମଧ୍ୟ ଆନ୍ଦୋଳନକାରୀମାନେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ (ପତ୍ର ସଂଖ୍ୟା ୧୪୪୦/୩୧ା୧ା୨୦୨୩)ମିଳିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ସୂଚନାଯୋଗ୍ୟ, ପାଇକବସା ସ୍ଥିତ କସ୍ତୁରବା ଗାନ୍ଧୀ(କେଜିବିଭି) ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମାନସୀ ସେଠୀ ଅନ୍ତେବାସୀମାନଙ୍କୁ ଗାଳିଗୁଲଜ କରିବା ସହ ଖାଇବାକୁ ଦେଉ ନ ଥିବା ଜାଣି ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ହଷ୍ଟେଲରେ ରହୁଥିବା ଉଚ୍ଚ ବିଦ୍ୟାଳୟର ଛାତ୍ରୀଙ୍କୁ ସରସ୍ବତୀ ପୂଜା ଦିନ ନିକଟସ୍ଥ ବିଦ୍ୟାଳୟକୁ ଯିବାକୁ ବାରଣ କରାଯାଇଥିଲା। ଏହାକୁ ନେଇ ଅଭିଭାବକ ଓ ଛାତ୍ରୀମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହାକୁ ନେଇ ଅଭିଭାବକମାନେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ସହ ତୁରନ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି କରିଥିଲେ। ମାତ୍ର ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ ରାସ୍ତା ଅବରୋଧ କରାଯାଇଥିଲା। ଖବରପାଇ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା, ଜିଲା ଶିକ୍ଷାଧିକାରୀ ନବ କିଶୋର ଗିରି ପ୍ରମୁଖ ପହଞ୍ଚତ୍ ଅଭିଭାବକ ଓ ଛାତ୍ରୀଙ୍କ ସହ ଆଲୋଚନା କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ମାନସୀ ସେଠୀଙ୍କୁ ଖୁଣ୍ଟାପାଳ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରିବା ସହ ପୁଷ୍ପା କରମହାପାତ୍ରଙ୍କୁ ପାଇକବସା କେଜିବିଭି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri