ରାସ୍ତା ଅବରୋଧ କଲେ ଛାତ୍ରୀ,ଅଭିଭାବକ

ବାରିପଦା ଅଫିସ,୩୧ା୧: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ପାଇକବସା କସ୍ତୁରବାଗାନ୍ଧୀ ବାଳିକା ବିଦ୍ୟାଳୟ (କେଜିବିଭି)ର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଛାତ୍ରୀଙ୍କ ସମେତ ଶତାଧିକ ଅଭିଭାବକ ବାରିପଦା-ଉଦଳା ରାଜ୍ୟରାଜପଥର କରଞ୍ଜିଆଠାରେ ସୋମବାର ରାସ୍ତା ଅବରୋଧ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଅନ୍ତେବାସୀମାନଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ଦୁର୍ବ୍ୟବହାର କରିବା ନେଇ ଅଭିଭାବକଙ୍କ ସମେତ ବାରିପଦା ବିଧାୟକ ପ୍ରକାଶ ସୋରେନ ଉପସ୍ଥିତ ରହି ଦାବି ଉପସ୍ଥାପନା କରିଥିଲେ। ଖବରପାଇ ସଦର ଥାନାଧିକାରିଣୀ ମଧୁସ୍ମିତା ମହାନ୍ତି ପହଞ୍ଚତ୍ ବୁଝାଶୁୁଝା କରିବା ପରେ ମଧ୍ୟ ଆନ୍ଦୋଳନକାରୀମାନେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ (ପତ୍ର ସଂଖ୍ୟା ୧୪୪୦/୩୧ା୧ା୨୦୨୩)ମିଳିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ସୂଚନାଯୋଗ୍ୟ, ପାଇକବସା ସ୍ଥିତ କସ୍ତୁରବା ଗାନ୍ଧୀ(କେଜିବିଭି) ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମାନସୀ ସେଠୀ ଅନ୍ତେବାସୀମାନଙ୍କୁ ଗାଳିଗୁଲଜ କରିବା ସହ ଖାଇବାକୁ ଦେଉ ନ ଥିବା ଜାଣି ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ହଷ୍ଟେଲରେ ରହୁଥିବା ଉଚ୍ଚ ବିଦ୍ୟାଳୟର ଛାତ୍ରୀଙ୍କୁ ସରସ୍ବତୀ ପୂଜା ଦିନ ନିକଟସ୍ଥ ବିଦ୍ୟାଳୟକୁ ଯିବାକୁ ବାରଣ କରାଯାଇଥିଲା। ଏହାକୁ ନେଇ ଅଭିଭାବକ ଓ ଛାତ୍ରୀମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହାକୁ ନେଇ ଅଭିଭାବକମାନେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ସହ ତୁରନ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି କରିଥିଲେ। ମାତ୍ର ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ ରାସ୍ତା ଅବରୋଧ କରାଯାଇଥିଲା। ଖବରପାଇ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା, ଜିଲା ଶିକ୍ଷାଧିକାରୀ ନବ କିଶୋର ଗିରି ପ୍ରମୁଖ ପହଞ୍ଚତ୍ ଅଭିଭାବକ ଓ ଛାତ୍ରୀଙ୍କ ସହ ଆଲୋଚନା କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ମାନସୀ ସେଠୀଙ୍କୁ ଖୁଣ୍ଟାପାଳ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରିବା ସହ ପୁଷ୍ପା କରମହାପାତ୍ରଙ୍କୁ ପାଇକବସା କେଜିବିଭି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri