ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ

ଉମରକୋଟ, ୧୭।୯(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ନେଉରା ପଞ୍ଚାୟତ ତେଲଗାଁ ଗ୍ରାମସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇଛନ୍ତି। ଏଠାରେ ଶିକ୍ଷକ ଅଭାବରୁ ପିଲାଙ୍କୁ ଗୁଣାତ୍ମକ ଶିକ୍ଷାଦାନ ମିଳି ପାରୁନାହିଁ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। ୧୦ଜଣ ଶିକ୍ଷକଙ୍କୁ ନିଯୁକ୍ତି ନ ମିଳିବା ପର୍ଯ୍ୟନ୍ତ ଫାଟକରୁ ତାଲା ଖୋାଲାଯିବ ନାହିଁ ବୋଲି ଅଭିଭାବକମାନେ ଜିଦ୍‌ରେ ଅଡି ବସିଛନ୍ତି।
ତେଲଗାଁ ହାଇସ୍କୁଲରେ ୪୨୬ ପିଲା ପାଠ ପଢୁଛନ୍ତି। ପ୍ରାଥମିକ ବିଦ୍ୟାଳୟ ରେ ୩୧୧ ପିଲା ଓ ଉଚ୍ଚ ବିଦ୍ୟାଳୟରେ ୧୧୫ ପିଲା ଅଛନ୍ତି। ୮ ବର୍ଷ ହେବ ଏହି ସ୍କୁଲକୁ ଉଚ୍ଚ ବିଦ୍ୟାଳୟର ମାନ୍ୟତା ମିଳିଛି। ସେବେଠାରୁ ଜଣେ ଶିକ୍ଷକଙ୍କୁ ଏହି ହାଇସ୍କୁଲରେ ନିଯୁକ୍ତି ମିଳିନି। ଏଠାରେ ଜଣେ ମାତ୍ର ହାଇସ୍କୁଲ ମାନ୍ୟତା ଶିକ୍ଷକ ଓ ଚାରିଜଣ ପ୍ରାଥମିକ ଶିକ୍ଷକ ଅଛନ୍ତି। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠପଢ଼ା ବିପର୍ଯ୍ୟସ୍ତ ହୋଇ ପଡିଛି। ଶିକ୍ଷକ ନିଯୁକ୍ତି ପାଇଁ ଜିଲାପାଳ, ଉମରକୋଟ ବିଡିଓ, ବିଇଓ, ଏମ୍‌ପି, ବିଧାୟକଙ୍କୁ ଜଣାଇବା ପରେ ମଧ୍ୟ କେହି ଏ ଦିଗରେ କର୍ଣ୍ଣପାତ କରୁ ନ ଥିବା ଗ୍ରାମବାସୀ କହିଛନ୍ତି। ୧୦ଜଣ ଶିକ୍ଷକଙ୍କୁ ନିଯୁକ୍ତି ନ ମିଳିବା ପର୍ଯ୍ୟନ୍ତ ତାଲା ଖୋଲା ଯିବନି ବୋଲି ଗ୍ରାମବାସୀ କହିଛନ୍ତି। ସେହିଭଳି ପ୍ରଥମରୁ ଦଶମ ଶ୍ରେଣୀ ପାଇଁ ମାତ୍ର ୭ଟି କ୍ଲାସରୁମ୍‌ ରହିଛି। ୮ ବର୍ଷ ହେଲାଣି ଏଥିମଧ୍ୟରୁ ୩ଟି ଶ୍ରେଣୀ ଗୃହ ଅଧାପନ୍ତରିଆ ଅବସ୍ଥାରେ ପଡ଼ିଛି। ଯାହାର କି କବାଟ, ଝରକା କିମ୍ବା ଫ୍ଲୋରିଂ ହୋଇନି। ଆଉ ବଳକା ୪ଟି ଶ୍ରେଣୀଗୃହରେ ଚାଲିଛି ୧ରୁ ୧୦ ମ ଶ୍ରେଣୀ ଶିକ୍ଷାଦାନ। ଜିଲାପାଳ ଏହି ବିଦ୍ୟାଳୟର ସମସ୍ୟା ପ୍ରତି ଅବଗତ ହୋଇ ଏହାର ତୁରନ୍ତ ସମାଧାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ୧୫ଦିନ ପୂର୍ବରୁ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ମାଧ୍ୟମରେ ବିଇଓଙ୍କୁ ଶିକ୍ଷକ ନିଯୁକ୍ତି ନ ଦେଲେ ବିଦ୍ୟାଳୟରେ ତାଲା ପକାଯିବ ବୋଲି ଜଣାଇଥିଲୁ। ସମାଧାନ ପାଇଁ ସେ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଏ ଦିଗରେ କୌଣସି ପଦକ୍ଷେପ ନିଆ ନ ଯିବାରୁ ଧାରଣାରେ ବସିଛୁ ବୋଲି ଅଭିଭାବକମାନେ କହିଛନ୍ତି। ବିଦ୍ୟାଳୟରେ ତାଲା ପକେଇବା ଘଟଣା ବିଷୟରେ ବିଇଓ ବିକାଶ ଚନ୍ଦ୍ର ସରକାରଙ୍କୁ ପଚାରିବାରୁ ଗ୍ରାମବାସୀ ଗୋଟିଏ ଦରଖାସ୍ତ ଦେଇଥିଲେ । ଆମେ ଅନୁଧ୍ୟାନ କରି ଶିକ୍ଷକ ଦେବୁ ବୋଲି ଚିନ୍ତା କରିଛୁ। ବିଦ୍ୟାଳୟ ବନ୍ଦ କରି ଏଭଳି କରିବା ଅନୁଚିତ। ବର୍ତ୍ତମାନ ଜିଲାରେ ଶିକ୍ଷକ ଅଭାବ। ତେଣୁ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି କଷ୍ଟକର। ସିଆର୍‌ସିସି ସତ୍ୟବ୍ରତ କର ସେଠାକୁ ଯାଇ ଯାଇ ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେଇଛନ୍ତି। ଆଜି ଦୁଇ ଜଣ ପ୍ରାଥମିକ ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ପଠାଯାଇଛି। ହାଇସ୍କୁଲ ଶିକ୍ଷକ ମୋ ହାତରେ ନାହିଁ, ତାହା ଜିଲା ଶିକ୍ଷା ଅଧିକାରୀ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri