ବିଭିନ୍ନ କ୍ରୀଡାରେ ଭାଗନେଲେ ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୧୬।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକାର ଦ୍ବାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଣପୁର ଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରୈଲୋକନାଥ ବିଶ୍ୱଇଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଖେଳ ଶିକ୍ଷକ ଅହିବର ନାଏକ ସମସ୍ତ ଖେଳ ପ୍ରତିଯୋଗିତାର ଦାୟିତ୍ୱ ତୁଲାଇ ପରିଚାଳନା କରିଥିବା ବେଳେ, ବିଜ୍ଞାନ ଶିକ୍ଷକ ପ୍ରମୋଦ ଚନ୍ଦ୍ର ଛତ୍ରିଆ, ସହଶିକ୍ଷକ ଭଗବାନ ସାହୁ, ସହ ଶିକ୍ଷୟିତ୍ରୀ ବିଷ୍ଣୁ ମୋନା, ହେମାଙ୍ଗିନି ଖିତି, ସୁରେନ୍ଦ୍ର କୁମାର ଶବର, ସାଗର ବିଦ୍ୟା ଶ୍ରୀନିବାସ, ମହିଦ୍ର ଶିଖା, ମେଟ୍ରୋନ ସୂର୍ୟ କାନ୍ତି ବାଗ, ଓ ଅନ୍ୟାନ୍ୟ ସିଶିଏ ଏବଂ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ରହି ସହଯୋଗ କରିଥିଲେ। ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ଏହି କ୍ରୀଡା ଉତ୍ସବର ପ୍ରଥମ ଦିବସରେ ସାଇସୁରୁଣୀ ଗ୍ରାମର ମାଁ ଠାକୁରାଣୀ ଗୁଡ଼ି ଠାରେ ପୂଜାର୍ଚ୍ଚନା ପୂର୍ବକ ଏକ ମଶାଲ ଶୋଭା ଯାତ୍ରା ବାହାରି ବିଦ୍ୟାଳୟକୁ ପହଞ୍ଚିଥିଲା ପରେ କ୍ରୀଡା ପତାକା ଉତ୍ତୋଳନ ପରେ ପରେ କ୍ରୀଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ବିଭିନ୍ନ ଖେଳ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା ଯାହାକି ଛାତ୍ର ଏବଂ ଛାତ୍ରୀଙ୍କ ସିନିୟର୍‌ ଜୁନିୟର ଦୌଡ଼ ପ୍ରତିଯୋଗିତା, ଡିଷ୍କସ, ସଟଫୁଟ, ମ୍ୟୁଜିକ ଚେୟାର, ଗଣିତ ପ୍ରତିଯୋଗିତା, ଅଖା ଦୌଡ଼, ଦୌଡ଼ି ଡ଼ିଆଁ, ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏଠାରେ ଯେଉଁ ଛାତ୍ର ଛାତ୍ରୀ ମାନେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାରୀ କରି ବିଜୟ ହାସଲ କରିଛନ୍ତି ସେମାନଙ୍କୁ ଆଗାମୀ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ପୁରସ୍କୃତ କରାଯିବ ବୋଲି ପ୍ରଧାନ ଶିକ୍ଷକ ପ୍ରକାଶ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri