ପରୀକ୍ଷା ବାତିଲ ଦାବିରେ ଛାତ୍ରୀଛାତ୍ରଙ୍କ ଧାରଣା

ଢେଙ୍କାନାଳ ଅଫିସ,୧୭।୨: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ବୁଧବାର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରମାନେ ୫ମ ସେମିଷ୍ଟର ପରୀକ୍ଷା ବାତିଲ ଦାବିରେ ଧାରଣା ଦେଇଥିଲେ। ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି, କରୋନା ସଂକ୍ରମଣ ଯୋଗୁ ପାଠପଢା ବାଧାପ୍ରାପ୍ତ ହେବା ସହିତ ଅନ୍‌ଲାଇନରେ ଠିକ୍‌ ଭାବେ ପାଠପଢା ହୋଇପାରୁ ନ ଥିଲା। ସେହିପରି ଦୁଇମାସ ମଧ୍ୟରେ କୋର୍ସ ଶେଷ ହୋଇପାରି ନ ଥିଲା। ଏ ନେଇ ଛାତ୍ରୀଛାତ୍ରମାନେ କଲେଜ କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନକୁ ଅବଗତ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଏହାର ପ୍ରତିବାଦରେ ଛାତ୍ରୀଛାତ୍ରମାନେ କଲେଜ ଫାଟକରେ ତାଲା ପକାଇ ଧାରଣା ଦେଇଥିଲେ। ଫଳରେ କଲେଜରେ ହେବାକୁ ଥିବା ଏକ ୱେବିନାର ମଧ୍ୟ ବାଧାପ୍ରାପ୍ତ ହୋଇଥିଲା। ଏ ସଂକ୍ରାନ୍ତରେ କଲେଜ ଅଧ୍ୟକ୍ଷ ରଞ୍ଜିତ ପ୍ରଧାନ ଓ ପ୍ରାଧ୍ୟାପକ ଡ. ଦେବାଶିଷ ମହାନ୍ତି କହିଛନ୍ତି, ଛାତ୍ରୀଛାତ୍ରମାନେ ଯାହା ଦାବି କରୁଛନ୍ତି, ଏଥିରେ ଆମର କିଛି କରିବାର ନାହିଁ ା ୟୁଜିସି ଓ ସରକାରଙ୍କ ପଲିସିରେ ପରୀକ୍ଷା ହେଉଛି ା ତେଣୁ ଆମେ ଏଥିରେ କିଛି କରିପାରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri