ଛାତ୍ରୀଙ୍କ ଫଟୋ ଭାଇରାଲ :ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୫ା୭: ସ୍ବତନ୍ତ୍ର ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଜଣେ ଛାତ୍ରୀଙ୍କ ଫଟୋ ଭାଇରାଲ ମାମଲାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ସେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଋଷିଆ ବେହେରା ଓରଫ ହୃଷିକେଶ।
ପ୍ରକାଶ ଯେ, ଋଷିଆ ଗ୍ରାମର ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ। ଛାତ୍ରୀ ଜଣଙ୍କ କଲେଜ ଯିବା ବେଳେ ଋଷିଆ ରାସ୍ତାରେ ତାଙ୍କର ଫଟୋ ଉଠାଇଥିଲେ। ପରେ ଛାତ୍ରୀଙ୍କ ମା’ଙ୍କ ନିକଟକୁ ଫୋନ କରି ତାଙ୍କ ଝିଅକୁ ବିବାହ କରିବାକୁ ଚାହୁଁଥିବା କହିଥିଲେ। ଏହି ପ୍ରସ୍ତାବକୁ ଛାତ୍ରୀଙ୍କ ପରିବାର ଲୋକ ପ୍ରତ୍ୟଖାନ କରିଥିଲେ। ତେଣୁ ଋଷିଆ ୨୦୧୮ ଜୁଲାଇ ୪ ତାରିଖରେ ଛାତ୍ରୀଙ୍କ ଫଟୋକୁ ଭାଇରାଲ କରିଥିଲେ। ପରେ କେତେଜଣ ଲୋକଙ୍କୁ ନେଇ ଛାତ୍ରୀଙ୍କ ଘର ପାଖକୁ ଯାଇ ତାଙ୍କୁ ଅପହରଣ କରିବାକୁ ଧମକ ଦେଇଥିଲେ। ଏଥିରେ ପରିବାରର ମର୍ଯ୍ୟାଦା ହାନି ହୋଇଥିବା ଛାତ୍ରୀଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୪୫/ ୧୮ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଋଷିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ସେ ଜାମିନ ପାଇଥିଲେ। ଶୁକ୍ରବାର ୬ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଉପଯୁକ୍ତ ପ୍ରମାଣ ମିଳି ନ ଥିବାରୁ ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ମୁଦୁଲାଙ୍କ ପକ୍ଷରୁ ମକଦ୍ଦମା ଲଢ଼ୁଥିବା ପ୍ରଦୀପ କୁମାର ଶତପଥୀ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri