ଦାରିଙ୍ଗବାଡିରେ ଛାତ୍ରୀଛାତ୍ରଙ୍କ ପିକ୍‌ନିକ, ଏକାଠି ହେଲେ ଅଭିଭାବକ, ଶିକ୍ଷକ

ଦାରିଙ୍ଗବାଡି, ୩୦।୧ (ଅରୁଣ ସାହୁ): ଗୁରୁବାର କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ପ୍ରଥମ ଇଂଲିଶ ମିଡିୟମ ଓଡ଼ିଶା ବ୍ରିଗେଡ ସ୍କୁଲର ପିକନିକ ତଥା ବନ୍ଧୁମିଳନ କାର୍ଯ୍ୟକ୍ରମ ଡୁଲୁରୀ ପାଇନ ବଣରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟି, ଶିକ୍ଷୟିତ୍ରୀଶିକ୍ଷକମାନେ ଯୋଗଦେଇଥିଲେ। ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ ପ୍ରଧାନ ଶିକ୍ଷକଙ୍କ ସଭା ପରିଚାଳନାରେ ହୋଇଥିଲା । ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମର ଉଦ୍ଦେଶ୍ୟରେ ସେ ଉପସ୍ଥିତ ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କ ଭୂମିକା ସମ୍ପର୍କରେ କହିଥିଲେ। ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରାପ୍ତ ପାଇଁ ବାପା ଓ ମା’ଙ୍କ ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ । ତେଣୁ ସେମାନଙ୍କୁ ଉତ୍ତମ ଶିକ୍ଷା ଦେବାକୁ ନିୟମିତ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟକୁ ସଠିକ୍‌ ସମୟରେ ପଠାଇବାକୁ ପଦକ୍ଷେପ ନେବାକୁ କୁହାଯାଇଥିଲା। ଏଥିସହ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ, ସଙ୍ଗୀତ ଆଦି ଛାତ୍ରୀଛାତ୍ରମାନେ ପରିବେଷଣ କରିଥିଲେ। ବିଭିନ୍ନ କୃତିତ୍ୱ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯିବା ସହ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ବିକାଶ ଓ ଛାତ୍ରୀଛାତ୍ର ଶିକ୍ଷାର ବିକାଶ ପାଇଁ ବୈଠକରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକଙ୍କ ମଧ୍ୟରେ ଦିନେଶ ସାହୁ, ସନ୍ତୋଷ ଦିଗାଲ,ରିଙ୍କୁ ସାହୁ,ସୁଦୀପ୍ତ ପଣ୍ଡା,ଲେୟା ପ୍ରଧାନ,ସେସତୀ ତୁଳ,ଗୀତାଞ୍ଜଳି ପଡ୍ରା,ଦୀପା ବେହେରା, ସୁନିତା ସାହୁ,ପଦ୍ମାବତୀ ପଲିଆ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିେ। ପରିଚାଳନା କମିଟିର ସଭାପତି ବିଜୟ କୁମାର ସାହୁ ଉପସ୍ଥିତ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri