ଦୁର୍ନୀତି ପ୍ରସାର ରୋକିବାରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ରାଇକିଆ,୩୧।୧୦(ପ୍ରଦୀପ ବେହେରା)-ଦୁର୍ନୀତି ନିବାରଣ ସପ୍ତାହ ଅବସର ରେ କନ୍ଧମାଳ ଜିଲ୍ଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନବରତ୍ନ ଗ୍ୟାସ ବିତରଣ ସଂସ୍ଥା ମୁଖ୍ୟ ପରିଚାଳକ ରାଜେନ୍ଦ୍ର ପାଳ ଅତିଥି ଭାବେ ଯୋଗଦେଇ ସମାଜରେ ଦୁର୍ନୀତିର ପ୍ରସାର ରୋକିବାରେ ଛାତ୍ରଛାତ୍ରୀଙ୍କ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ ନେଇ କହିବା ସହ ଦୁର୍ନୀତି ବିରୋଧୀ ଆଇନର ଗୁରୁ ଏବଂ ଏକ ଭଲ ସମାଜ ଗଠନରେ ଯୁବପିଢ଼ିଙ୍କ ଭୂମିକା ବିଷୟରେ ଛାତ୍ରମାନଙ୍କୁ ବୁଝାଇଥିଲେ।

ଏହି ଅବସରରେ ଶିକ୍ଷକ ଏବଂ ଛାତ୍ରଛାତ୍ରୀମାନେ ଦୁର୍ନୀତି ମୁକ୍ତ ସମାଜ ଗଠନ ନିମନ୍ତେ ପ୍ରତିଜ୍ଞା ନେଇଥିଲେ I କାର୍ଯ୍ୟକ୍ରମରେ ଶିକ୍ଷକମାନେ ଦେଶର ବିକାଶ ଉପରେ ଦୁର୍ନୀତିର ପ୍ରଭାବ ବ୍ୟାଖ୍ୟା କରିଥିଲେ I ସେମାନେ ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କ ଚାରିପାଖରେ ଘଟୁଥିବା ଅନିୟମିତତା ବିଷୟରେ ସଚେତନ ରହିବା ଏବଂ ସମାଜରେ ନ୍ୟାୟ ଏବଂ ନୈତିକତାକୁ ପ୍ରାଥମିକତା ଦେବାକୁ ଆହୱାନ କରିଥିଲେ। ଏହି ଅବସରରେ ସୁରକ୍ଷିତ ଗ୍ୟାସ ବ୍ୟବହାରର ବିଭିନ୍ନ ଦିଗ ସଂପର୍କରେ ମଧ୍ୟ ଛାତ୍ରଛାତ୍ରୀଙ୍କୁ ବୁଝାଯାଇଥିଲା ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri