ମୁଖ୍ୟମନ୍ତ୍ରୀଙ୍କୁ ଫଟୋଚିତ୍ର ପ୍ରଦାନ କଲେ ଛାତ୍ର

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ପାଇକ ସାହିର ଭଗବାନ ସାହୁଙ୍କ ପୁଅ ତଥା ସୋରଡ଼ା ଶଶୀଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍‌ ସାହୁ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାଜ୍ୟ ଅତିଥି ଭବନରେ
ଭେଟି ପେନସିଲ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କ ଆଙ୍କିଥିବା ଫଟୋଚିତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ଶୁଭମ୍‌ଙ୍କ ବାପା ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୁଭମ୍‌ଙ୍କୁ ଉଚ୍ଚ ଶିକ୍ଷିତ ହେବା ସହ ମା’, ବାପା, ଶିକ୍ଷକଙ୍କ ନିର୍ଦ୍ଦେଶମାନି ଚଳିବାକୁ ପରାମର୍ଶ ଦେଇଥିଲେ। ଏଥିସହ ଜୀବନରେ ସଦା ସର୍ବଦା ଶୃଙ୍ଖଳିତ ରହିବାକୁ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ଶୁଭମ ସୋରଡ଼ା ଅଞ୍ଚଳରେ ଶିଶୁ କଳାକାର ଭାବେ ବେଶ ଜଣାଶୁଣା। ପୂର୍ବରୁ ଶୁଭମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡାକଯୋଗେ ଫଟୋ ଚିତ୍ର ପଠାଇଥିବା ବେଳେ ଗତ ସାଧାରଣ ର୍ନିବାଚନ ସମୟରେ ସୋରଡ଼ା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ସାହାଙ୍କୁ ଭେଟି ଫଟୋ ଚିତ୍ର ପ୍ରଦାନ କରିଥିଲେ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଫୋଟ ଆଙ୍କି ଡାକ ଯୋଗେ ପଠାଇ ଥିଲେ। ଏନେଇ ରାଷ୍ଟ୍ରପତି ଭବନରୁ ଶୁଭମଙ୍କ ପାଖକୁ ଧନ୍ୟବାଦ ପତ୍ର ଆସିଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ସୋରଡାର ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତିଙ୍କ ଫୋଟ ଚିତ୍ର ଆଙ୍କି ଶୁଭମ୍‌ ପ୍ରଶଂସିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri