ମୁଖ୍ୟମନ୍ତ୍ରୀଙ୍କୁ ଫଟୋଚିତ୍ର ପ୍ରଦାନ କଲେ ଛାତ୍ର

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ପାଇକ ସାହିର ଭଗବାନ ସାହୁଙ୍କ ପୁଅ ତଥା ସୋରଡ଼ା ଶଶୀଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍‌ ସାହୁ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରାଜ୍ୟ ଅତିଥି ଭବନରେ
ଭେଟି ପେନସିଲ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କ ଆଙ୍କିଥିବା ଫଟୋଚିତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ଶୁଭମ୍‌ଙ୍କ ବାପା ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୁଭମ୍‌ଙ୍କୁ ଉଚ୍ଚ ଶିକ୍ଷିତ ହେବା ସହ ମା’, ବାପା, ଶିକ୍ଷକଙ୍କ ନିର୍ଦ୍ଦେଶମାନି ଚଳିବାକୁ ପରାମର୍ଶ ଦେଇଥିଲେ। ଏଥିସହ ଜୀବନରେ ସଦା ସର୍ବଦା ଶୃଙ୍ଖଳିତ ରହିବାକୁ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ଶୁଭମ ସୋରଡ଼ା ଅଞ୍ଚଳରେ ଶିଶୁ କଳାକାର ଭାବେ ବେଶ ଜଣାଶୁଣା। ପୂର୍ବରୁ ଶୁଭମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡାକଯୋଗେ ଫଟୋ ଚିତ୍ର ପଠାଇଥିବା ବେଳେ ଗତ ସାଧାରଣ ର୍ନିବାଚନ ସମୟରେ ସୋରଡ଼ା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ସାହାଙ୍କୁ ଭେଟି ଫଟୋ ଚିତ୍ର ପ୍ରଦାନ କରିଥିଲେ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଫୋଟ ଆଙ୍କି ଡାକ ଯୋଗେ ପଠାଇ ଥିଲେ। ଏନେଇ ରାଷ୍ଟ୍ରପତି ଭବନରୁ ଶୁଭମଙ୍କ ପାଖକୁ ଧନ୍ୟବାଦ ପତ୍ର ଆସିଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ସୋରଡାର ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁଙ୍କ ସମେତ ଅନେକ ବିଶିଷ୍ଠ ବ୍ୟକ୍ତିଙ୍କ ଫୋଟ ଚିତ୍ର ଆଙ୍କି ଶୁଭମ୍‌ ପ୍ରଶଂସିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri