ଶିକ୍ଷକ ନିଯୁକ୍ତି ଦାବି ତେଜିଲା: ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର

ନୂଆପଡ଼ା,୧୪ା୮(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗୁରୁବାର ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣାରେ ବସିଥିଲେ ା

ସୂଚନା ଅନୁଯାୟୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ୧୬୫ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏଠାରେ ମୋଟ ୭ ଜଣ ଶିକ୍ଷକ ରହି ଶିକ୍ଷାଦାନ କରୁଥିଲେ। ଚଳିତ ଶିକ୍ଷକ ବଦଳି ପର୍ବରେ ୩ ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଫଳରେ ଶିକ୍ଷାଦାନ ବ୍ୟାହତ ହେଉଥିବା ନେଇ ଗ୍ରାମବାସୀ ଓ ଅଭିଭାବକ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇଥିଲେ।

ହେଲେ କୌଣସି ସୁଫଳ ନ ମିଳିବାରୁ ଗୁରୁବାର ବାଧ୍ୟହୋଇ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଶିକ୍ଷକ ନିଯୁକ୍ତି ନ ହେଲେ ରାସ୍ତାରୁ ଉଠିବେ ନାହିଁ ସେମାନେ ଚେତାବନୀ ଦେଇଥିଲେ। ଦୀର୍ଘ ୨ଘଣ୍ଟା ପରେ କୋମନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନୀତା ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳମତ ମାଝି, ବିଆର୍‌ସିସି ରାଧାକାନ୍ତ ତାଣ୍ଡି, ସିଆର୍‌ସିସି ଭୋଜରାମ ଅହିର ଧାରଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ।

ଗ୍ରାମବାସୀ ୩ ଜଣ ଶିକ୍ଷକ ଦେବା ପାଇଁ ଦାବି ରଖିଥିଲେ। ଅଧିକାରୀମାନେ ଗୁରୁବାର ଜଣେ ଶିକ୍ଷକ ଦେଇ ୩ ଦିନ ଭିତରେ ଆଉ ଜଣଙ୍କୁ ନିଯୁକ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ହେଲେ ୩ ଦିନ ଭିତରେ ପୁଣି ଜଣେ ଶିକ୍ଷକ ଯୋଗ ନ ଦେଲେ ଚତୁର୍ଥ ଦିନରେ ରାଜରାସ୍ତାରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।

ଆନ୍ଦୋଳନରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ ପ୍ରଧାନ, ମୁଖ୍ୟ ବେମାଲ, ଅନଙ୍ଗ ସାହୁ, କାର୍ତ୍ତିକ ହଂସ, କରୁଣା ବାଗ, ମାନସିଂ ମାଝି, ମାଧବ ରଣା, ବିବେକା ବାଗ, ଯଶୋବନ୍ତୀ ପ୍ରଧାନ, ବନିତା ପ୍ରଧାନ, ଜ୍ୟୋତ୍ସ୍ନା ପ୍ରଧାନ, ଘରମନି ନିଆଲ ପ୍ରମୁଖ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri