ଶିକ୍ଷକ ନିଯୁକ୍ତି ଦାବି ତେଜିଲା: ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର

ନୂଆପଡ଼ା,୧୪ା୮(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗୁରୁବାର ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣାରେ ବସିଥିଲେ ା

ସୂଚନା ଅନୁଯାୟୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ୧୬୫ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏଠାରେ ମୋଟ ୭ ଜଣ ଶିକ୍ଷକ ରହି ଶିକ୍ଷାଦାନ କରୁଥିଲେ। ଚଳିତ ଶିକ୍ଷକ ବଦଳି ପର୍ବରେ ୩ ଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଫଳରେ ଶିକ୍ଷାଦାନ ବ୍ୟାହତ ହେଉଥିବା ନେଇ ଗ୍ରାମବାସୀ ଓ ଅଭିଭାବକ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇଥିଲେ।

ହେଲେ କୌଣସି ସୁଫଳ ନ ମିଳିବାରୁ ଗୁରୁବାର ବାଧ୍ୟହୋଇ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଶିକ୍ଷକ ନିଯୁକ୍ତି ନ ହେଲେ ରାସ୍ତାରୁ ଉଠିବେ ନାହିଁ ସେମାନେ ଚେତାବନୀ ଦେଇଥିଲେ। ଦୀର୍ଘ ୨ଘଣ୍ଟା ପରେ କୋମନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନୀତା ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳମତ ମାଝି, ବିଆର୍‌ସିସି ରାଧାକାନ୍ତ ତାଣ୍ଡି, ସିଆର୍‌ସିସି ଭୋଜରାମ ଅହିର ଧାରଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ।

ଗ୍ରାମବାସୀ ୩ ଜଣ ଶିକ୍ଷକ ଦେବା ପାଇଁ ଦାବି ରଖିଥିଲେ। ଅଧିକାରୀମାନେ ଗୁରୁବାର ଜଣେ ଶିକ୍ଷକ ଦେଇ ୩ ଦିନ ଭିତରେ ଆଉ ଜଣଙ୍କୁ ନିଯୁକ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ହେଲେ ୩ ଦିନ ଭିତରେ ପୁଣି ଜଣେ ଶିକ୍ଷକ ଯୋଗ ନ ଦେଲେ ଚତୁର୍ଥ ଦିନରେ ରାଜରାସ୍ତାରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।

ଆନ୍ଦୋଳନରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ ପ୍ରଧାନ, ମୁଖ୍ୟ ବେମାଲ, ଅନଙ୍ଗ ସାହୁ, କାର୍ତ୍ତିକ ହଂସ, କରୁଣା ବାଗ, ମାନସିଂ ମାଝି, ମାଧବ ରଣା, ବିବେକା ବାଗ, ଯଶୋବନ୍ତୀ ପ୍ରଧାନ, ବନିତା ପ୍ରଧାନ, ଜ୍ୟୋତ୍ସ୍ନା ପ୍ରଧାନ, ଘରମନି ନିଆଲ ପ୍ରମୁଖ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri