ସ୍ମାର୍ଟ ସ୍କୁଲରେ ଛାତ୍ରଙ୍କ ‘ପୁଷ୍ପା’ ଭିଡିଓ ଭାଇରାଲ

ଶେରଗଡ଼/ ହିଞ୍ଜିଳିକାଟୁ,୩ା୫(ଡି.ଏନ୍‌.ଏ):ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ କରି ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଆଧୁନିକ ଶୈଳୀରେ ପାଠ ପଢ଼ାଇବା ପାଇଁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଗତବର୍ଷ ରାଜ୍ୟରେ ପ୍ରଥମେ ଗଞ୍ଜାମ ଜିଲାର ଶେରଗଡ଼ ଓ ହିଞ୍ଜିଳିକାଟୁ ବ୍ଲକ ଅଧୀନ ବିଭିନ୍ନ ହାଇସ୍କୁଲ ରୂପାନ୍ତରଣ କରାଯାଇଥିଲା। ଏହି ରୂପାନ୍ତରିତ ହାଇସ୍କୁଲରେ ଉତ୍ତମ ଶିକ୍ଷା ଗ୍ରହଣ ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି। ତେବେ ଏଭଳି ଏକ ସ୍ମାର୍ଟ ସ୍କୁଲରେ ଲାଗିଥିବା ଏଲିଡ୍‌ ଟିଭିରେ କେତେଜଣ ଛାତ୍ର ଚର୍ଚ୍ଚିତ ଫିଲ୍ମ ‘ପୁଷ୍ପା’ ଦେଖି ତାହାର ଅନୁକରଣ କରିବା ସହ ଆଧୁନିକ ଓଡ଼ିଆ ଗୀତ ‘ଗୁଆଘିଅ’ ତାଳେ ତାଳେ ନାଚୁଥିବା ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି। ଏପରକି ସ୍ମାର୍ଟ ଶ୍ରେଣୀ ଗୃହରେ ଶିକ୍ଷକଙ୍କ ଚେୟାରରେ ଜଣେ ଛାତ୍ର ବସି ପୁଷ୍ପା ଦେଖୁଥିବା ଉକ୍ତ ଭିଡିଓରେ ରହିଛି। ଏହି ଭିଡିଓଟି ଶେରଗଡ଼ ବ୍ଲକ ବରମୁଣ୍ଡଳୀ ରୂପାନ୍ତରିତ ହାଇସ୍କୁଲର ବୋଲି ସ୍ପଷ୍ଟ ହୋଇଛି। ଏପରି ଭିଡିଓକୁ ବୁଦ୍ଧିଜୀବୀମାନେ ନାପସନ୍ଦ କରିଥିବା ବେଳେ ଶିକ୍ଷକଙ୍କ ଅନୁପସ୍ଥିତିରେ ଛାତ୍ରମାନେ ସ୍ମାର୍ଟ ଶ୍ରେଣୀଗୃହକୁ ଦୁରୂପଯୋଗ କରିିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ଶେରଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ଭାସ୍କର ଲେଙ୍କାଙ୍କୁ ପଚାରିବାରେ ସେ କହିଛନ୍ତି, କିଛିଦିନ ତଳେ ଦଶମ ଶ୍ରେଣୀ ପିଲାଙ୍କ ଲାଗି ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମ ପରେ ଶିକ୍ଷକଙ୍କ ଅନୁପସ୍ଥିତିରେ ୫ ଜଣ ଛାତ୍ର ଏପରି କରିଥିଲେ। ସେମାନଙ୍କୁ ଶିକ୍ଷକ ତାଗିଦ୍‌ କରିଥିଲେ ବୋଲି କହିଛନ୍ତି। ସେହିପରି ଜିଲା ଶିକ୍ଷା ଅଧିକାରୀ (ଡିଇଓ) ବିନୀତା ସେନାପତିଙ୍କ ସହ ଯୋଗାଯୋଗ କରିବାରେ, ଏହି ଘଟଣାର ତଦନ୍ତ କରାଯିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri