ଡିଇଓଙ୍କ ଅଫିସ ଆଗରେ ପଢ଼ିଲେ ଛାତ୍ରୀଛାତ୍ର

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେତେବେଳେ ଜିଲାରେ ନକଲୀ ଶିକ୍ଷକକୁ ନେଇ ଚର୍ଚ୍ଚା ଜୋର୍‌ ଧରି ଥିବାବେଳେ ଆଉକେବେ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଅନୁପାତରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଅଭାବ ନେଇ ଅସନ୍ତୋଷ ଦେଖାଯାଇଛି। ଏଭଳି ଅସନ୍ତୋଷ ଆନ୍ଦୋଳନ ରୂପ ମଧ୍ୟ ନେଉଛି। ସୋମବାର ବରଗଡ଼ ବ୍ଲକ ବେହେରା ଗ୍ରାମରେ ରହିଥିବା ପ୍ରାଥମିକ ବିଦ୍ୟାଳୟରେ ଅନୁରୂପ ସ୍ଥିତି ଉପୁଜିଥିଲା। ଛାତ୍ରୀଛାତ୍ରଙ୍କ ଅନୁପାତରେ ଶିକ୍ଷକଙ୍କ ଅଭାବକୁ ନେଇ ଅଭିଭାବକମାନେ ସ୍କୁଲରେ ତାଲା ପକାଇଥିଲେ। ଅନ୍ୟପଟେ ଛାତ୍ରୀଛାତ୍ରଙ୍କୁ ଧରି ଅଭିଭାବକମାନେ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟକୁ ପହଞ୍ଚିଥିଲେ। ଛାତ୍ରୀଛାତ୍ର ବହି ବସ୍ତାନୀ ଧରି ଡିଇଓଙ୍କ କାର୍ଯ୍ୟାଳୟକୁ ଆସିଥିଲେ। କାର୍ଯ୍ୟାଳୟ ସମ୍ମୁଖରେ ବହି ଖୋଲି ପଢ଼ାପଢ଼ି କରି ଅଭିନବ ପ୍ରତିବାଦ କରିଥିଲେ। ଆଉଜଣେ ଶିକ୍ଷକ ନିଯୁକ୍ତି ନେଇ ଜିଲା ଶିକ୍ଷାଧିକାରୀ ରାଧାକାନ୍ତ ଛତ୍ରୀଛାତ୍ରଙ୍କୁ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଓହରିଥିଲେ।
ସୂଚନା ଅନୁଯାୟୀ, ବେହେରା ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ରହିଛି। ଏଠାରେ ସମୁଦାୟ ୯୧ଜଣ ଛାତ୍ରୀଛାତ୍ର ଅଛନ୍ତି। ଆଗରୁ ୩ଜଣ ଶିକ୍ଷକ ଥିଲେ । କିନ୍ତୁ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରି ଦିଆଯାଇଥିଲା। ଶିକ୍ଷୟିତ୍ରୀ, ଶିକ୍ଷକ ଅଭାବ ଯୋଗୁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ଏ ନେଇ ଅଭିଭାବକମାନେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କିନ୍ତୁ କିଛି ସୁଫଳ ମିଳି ନଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଫଳରେ ଅଭିଭାବକମାନେ ବିଦ୍ୟାଳୟରେ ତାଲା ମାରିବା ସହିତ ଛାତ୍ରୀଛାତ୍ରଙ୍କୁ ଧରି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସିଥିଲେ। କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରଙ୍କ ସହିତ ଅଭିଭାବକମାନେ ଧାରଣା ଦେବା ସହିତ ବିଦ୍ୟାଳୟରେ ଅଧିକ ଶିକ୍ଷକ ନିଯୁକ୍ତି ଦାବି କରିଥିଲେ। ଏହା ସହିତ ଛାତ୍ରୀଛାତ୍ର ଆଣିଥିବା ବହି ଖୋଲି ସେଠାରେ ପଢ଼ିଥିଲେ। ସେହିପରି ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ମଧ୍ୟ ସେଠାକୁ ପହଞ୍ଚିଥିଲେ। ଏହାପରେ ଜିଲା ଶିକ୍ଷା ଅଧିକାରୀଙ୍କ ସହିତ ପୂର୍ବତନ ବିଧାୟକ ଏବଂ ଅଭିଭାବକଙ୍କ ଏକ ପ୍ରତିନିଧି ଦଳ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri