ଡିଇଓଙ୍କ ଅଫିସ ଆଗରେ ପଢ଼ିଲେ ଛାତ୍ରୀଛାତ୍ର

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେତେବେଳେ ଜିଲାରେ ନକଲୀ ଶିକ୍ଷକକୁ ନେଇ ଚର୍ଚ୍ଚା ଜୋର୍‌ ଧରି ଥିବାବେଳେ ଆଉକେବେ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଅନୁପାତରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଅଭାବ ନେଇ ଅସନ୍ତୋଷ ଦେଖାଯାଇଛି। ଏଭଳି ଅସନ୍ତୋଷ ଆନ୍ଦୋଳନ ରୂପ ମଧ୍ୟ ନେଉଛି। ସୋମବାର ବରଗଡ଼ ବ୍ଲକ ବେହେରା ଗ୍ରାମରେ ରହିଥିବା ପ୍ରାଥମିକ ବିଦ୍ୟାଳୟରେ ଅନୁରୂପ ସ୍ଥିତି ଉପୁଜିଥିଲା। ଛାତ୍ରୀଛାତ୍ରଙ୍କ ଅନୁପାତରେ ଶିକ୍ଷକଙ୍କ ଅଭାବକୁ ନେଇ ଅଭିଭାବକମାନେ ସ୍କୁଲରେ ତାଲା ପକାଇଥିଲେ। ଅନ୍ୟପଟେ ଛାତ୍ରୀଛାତ୍ରଙ୍କୁ ଧରି ଅଭିଭାବକମାନେ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟକୁ ପହଞ୍ଚିଥିଲେ। ଛାତ୍ରୀଛାତ୍ର ବହି ବସ୍ତାନୀ ଧରି ଡିଇଓଙ୍କ କାର୍ଯ୍ୟାଳୟକୁ ଆସିଥିଲେ। କାର୍ଯ୍ୟାଳୟ ସମ୍ମୁଖରେ ବହି ଖୋଲି ପଢ଼ାପଢ଼ି କରି ଅଭିନବ ପ୍ରତିବାଦ କରିଥିଲେ। ଆଉଜଣେ ଶିକ୍ଷକ ନିଯୁକ୍ତି ନେଇ ଜିଲା ଶିକ୍ଷାଧିକାରୀ ରାଧାକାନ୍ତ ଛତ୍ରୀଛାତ୍ରଙ୍କୁ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଓହରିଥିଲେ।
ସୂଚନା ଅନୁଯାୟୀ, ବେହେରା ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ରହିଛି। ଏଠାରେ ସମୁଦାୟ ୯୧ଜଣ ଛାତ୍ରୀଛାତ୍ର ଅଛନ୍ତି। ଆଗରୁ ୩ଜଣ ଶିକ୍ଷକ ଥିଲେ । କିନ୍ତୁ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରି ଦିଆଯାଇଥିଲା। ଶିକ୍ଷୟିତ୍ରୀ, ଶିକ୍ଷକ ଅଭାବ ଯୋଗୁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ଏ ନେଇ ଅଭିଭାବକମାନେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କିନ୍ତୁ କିଛି ସୁଫଳ ମିଳି ନଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଫଳରେ ଅଭିଭାବକମାନେ ବିଦ୍ୟାଳୟରେ ତାଲା ମାରିବା ସହିତ ଛାତ୍ରୀଛାତ୍ରଙ୍କୁ ଧରି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସିଥିଲେ। କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ରଙ୍କ ସହିତ ଅଭିଭାବକମାନେ ଧାରଣା ଦେବା ସହିତ ବିଦ୍ୟାଳୟରେ ଅଧିକ ଶିକ୍ଷକ ନିଯୁକ୍ତି ଦାବି କରିଥିଲେ। ଏହା ସହିତ ଛାତ୍ରୀଛାତ୍ର ଆଣିଥିବା ବହି ଖୋଲି ସେଠାରେ ପଢ଼ିଥିଲେ। ସେହିପରି ପୂର୍ବତନ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ମଧ୍ୟ ସେଠାକୁ ପହଞ୍ଚିଥିଲେ। ଏହାପରେ ଜିଲା ଶିକ୍ଷା ଅଧିକାରୀଙ୍କ ସହିତ ପୂର୍ବତନ ବିଧାୟକ ଏବଂ ଅଭିଭାବକଙ୍କ ଏକ ପ୍ରତିନିଧି ଦଳ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri