ରାସ୍ତାରେ ପାଠ ପଢିଲେ ଛାତ୍ରୀଛାତ୍ର

ଖଇରା/ଔପଦା, ୧୬।୭ (ଡି.ଏନ.ଏ.)

ବାଲେଶ୍ବର ଜିଲା ଔପଦା ବ୍ଲକ ବଡ଼ପୋଖରୀ ପଞ୍ଚାୟତ ଅଧୀନ ଦନ୍ତୋର ନୋଡାଲ ହାଇସ୍କୁଲରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ କରା ନ ଯିବା ପ୍ରତିବାଦରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ସ୍କୁଲ ଗେଟ୍‌ ସମ୍ମୁଖରେ ଧାରଣା ଦେବା ସହିତ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଗେଟ ସମ୍ମୁଖରେ ପାଠ ପଢି ପ୍ରତିବାଦ ଜଣାଇଛନ୍ତି। ଏହି ସ୍କୁଲରେ ଦୀର୍ଘଦିନ ଧରି ପ୍ରଧାନ ଶିକ୍ଷକ, ସଂସ୍କୃତ ଶିକ୍ଷକ, ଖେଳ ଶିକ୍ଷକ ପଦବୀ ଖାଲି ପଡିଥିବା ବେଳେ ବିଜ୍ଞାନ ଶିକ୍ଷକଙ୍କୁ ଡେପୁଟେଶନରେ ଅନ୍ୟ ସ୍କୁଲକୁ ବଦଳି ଯାଇଛି। ଏହାସତ୍ତ୍ୱେ ଗତ ୧ା୭ା୨୨ ରିଖଠାରୁ ସହକାରୀ ଶିକ୍ଷୟିତ୍ରୀ ସଞ୍ଜୁଲତା ସାହୁଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଏଥିଯୋଗୁ ୪୦୧ପିଲାଙ୍କ ଭାଗ୍ୟ ଅନ୍ଧାରକୁ ଠେଲି ହୋଇଯାଇଛି। ଉକ୍ତ ବିଦ୍ୟାଳୟ ୫ଟି ରୂପାନ୍ତରଣ ସ୍କୁଲ ଅଧୀନରେ ଆସୁଥିଲେ ମଧ୍ୟ ଶୌଚାଳୟ ପାଇଁ ଛାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ଶତାଧିକ ଛାତ୍ରୀଛାତ୍ର, ଅଭିଭାବକ ପ୍ରବଳ ବର୍ଷା ସତ୍ତ୍ୱେ ସ୍କୁଲ ସମ୍ମୁଖରେ ଧାରଣାରେ ବସି ରହିବା ସହିତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ସ୍କୁଲ ଭିତରକୁ ଛାଡି ନ ଥିଲେ। ନବମ ଓ ଦଶମ ଶ୍ରେଣୀର ପିଲାମାନେ ସ୍କୁଲ ଗେଟ ସମ୍ମୁଖରେ ପଢ଼ୁଥିବା ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଥିଲା। ଖବର ପାଇ ଏବିଇଓ ରତ୍ନାକର ଦାସ ପହଞ୍ଚିବା ପରେ ଅଭିଭାବକମାନେ ଏବିଇଓ ଦାସଙ୍କୁ ଘେରିଯାଇ କିଛି ସମୟ ପାଇଁ ଅଟକ ରଖି ଦାବି ପୂରଣ ନ ହେବା ଯାଏ ଛାଡିବେନି ବୋଲି କହି ହୋହାଲ୍ଲା କରିଥିଲେ। ବିଇଓଙ୍କ ସହିତ ଆଲୋଚନା କରି ଆସନ୍ତା ତା୧୯ା୭ା୨୨ ରିଖ ସୁଦ୍ଧା ଦାବି ପୂରଣ ହେବାର ପ୍ରତିଶ୍ରୁତି ଏବିଇଓ ଦାସ ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?