କ୍ଷେତରେ ଧାନ ରୋଇଲେ ଛାତ୍ରୀଛାତ୍ର

ବରଗଡ଼,୨୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଗ୍ରୁପ ଅଧୀନ ବିକାଶ ଆବାସିକ ବିଦ୍ୟାଳୟର ଦ୍ୱିତୀୟରୁ ପଞ୍ଚମ ଶ୍ରେଣୀ ଛାତ୍ରୀଛାତ୍ର ଜାତୀୟ ଶିକ୍ଷାନୀତି(ଏନଇପି)-୨୦୨୦କୁ ଅନୁଧ୍ୟାନ କରି ଗୁରୁବାର ଏକ ନିଆରା କାର୍ଯ୍ୟକ୍ରମ କରିଛନ୍ତି। ବିଦ୍ୟାଳୟର ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଚାଷୀବେଶରେ ସଜ୍ଜିତ ହୋଇ ଧାନ(ପହ୍ଲା) ରୋପଣ କରିଥିଲେ। କ୍ରୀଷ୍ଣା ବିକାଶ ଗ୍ରୁପର ଚେୟାରମ୍ୟାନ ଦାଶରୀ ମୂରଲୀ କ୍ରୀଷ୍ଣାଙ୍କ ମାର୍ଗଦର୍ଶନରେ ଛାତ୍ରୀଛାତ୍ର କୃଷିକ୍ଷେତ୍ରକୁ ଯାଇ କରିଥିବା ଏଭଳି ନିଆରା କାର୍ଯ୍ୟକ୍ରମକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି।

ଛାତ୍ରୀଛାତ୍ର ଏହି ନିଆରା କାର୍ଯ୍ୟକ୍ରମରେ ସେମାନଙ୍କ ପ୍ରତ୍ୟକ୍ଷ ଅନୁଭୂତି ଅନୁଭବ କରିଥିଲେ। କ୍ରୀଷ୍ଣା ବିକାଶ ଗ୍ରୁପର ଚେୟାରମ୍ୟାନ କ୍ରୀଷ୍ଣା ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହୋଇ କୃଷକମାନଙ୍କ ଜୀବନ, ଜୀବିକା ଉପରେ ବଖାଣିବା ସହିତ ଦେଶର ଖାଦ୍ୟ, ପେୟ, ସଂସ୍କୃତିକୁ ବଜାୟ ରଖିବା ପାଇଁ ପରାମର୍ଶ ଦେଇଥିଲେ। ବିକାଶ ଆବାସିକ ବିଦ୍ୟାଳୟର କାର୍ଯ୍ୟକାରୀ ଅଧ୍ୟକ୍ଷ ଶିଶିର ପ୍ରସାଦ ରାଉଳ, ଉପାଧ୍ୟକ୍ଷ ପ୍ରଦୀପ କୁମାର ସାହୁଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri