ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତ

ବାରିପଦା ଅଫିସ,୨୭।୭ – ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ଛାତ୍ର ଅଶାନ୍ତି ଦେଖାଦେଇଛି। ଶତାଧିକ ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟକୁ ସାଇନ୍‌-ଏ-ଡାଏ ଘୋଷଣା କରିବା ସହିତ ଅନ୍‌ଲାଇନ ମାଧ୍ୟମରେ ପରୀକ୍ଷା ଓ ପାଠପଢ଼ା କରିବାକୁ ଦାବି କରିଛନ୍ତି। ଏହାକୁ ନେଇ ଅଭିଷେକ ପଣ୍ଡା ଓ ଶୁଭଜିତ ପାଣିଙ୍କ ନେତୃତ୍ୱରେ ଶତାଧିକ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ଆଗରେ ବିକ୍ଷୋଭ ପ୍ରଦର୍ଶନ କରି ଧାରଣା ଦେଇଛନ୍ତି। ଘଟଣାସ୍ଥଳରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର କିଶୋର ବସା, ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଓ ପରୀକ୍ଷା ନିୟନ୍ତ୍ରକ ପହଞ୍ଚତ୍ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଛନ୍ତି। ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ରୀ କରୋନାରେ ସଂକ୍ରମିତ ହୋଇଥିବାରୁ ପରୀକ୍ଷା ପାଇଁ ସୁବ୍ୟବସ୍ଥା କରାଯିବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଥିଲେ। ମାତ୍ର ସଂକ୍ରମଣ ଭୟରେ ଛାତ୍ରୀଛାତ୍ରମାନେ ଅନ୍‌ଲାଇନ ପରୀକ୍ଷା ବ୍ୟବସ୍ଥା କରିବାକୁ ଜିଦ୍‌ରେ ଅଟଳ ରହିଛନ୍ତି ା
ସୂଚନାଯୋଗ୍ୟ, ଦୁଇ ଦିନ ପୂର୍ବେ ବିଶ୍ୱବିଦ୍ୟାଳୟର ୪ଟି ଛାତ୍ରୀ ନିବାସରେ ରହୁଥିବା ଶତାଧିକ ଛାତ୍ରୀଙ୍କ ମଧ୍ୟରୁ ୨୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ା ସେଥି ମଧ୍ୟରୁ ଜଣଙ୍କର ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ସଂକ୍ରମିତ ଛାତ୍ରୀମାନେ ୪ର୍ଥ ଓ ୬ଷ୍ଠ ସେମିଷ୍ଟର ପରୀକ୍ଷାରେ ବସିରହି ପରୀକ୍ଷା ଦେବା ସମ୍ଭବ ହୋଇ ନ ଥିବା ବେଳେ ସୁସ୍ଥଥିବା ଛାତ୍ରୀଛାତ୍ରମାନେ ସଂକ୍ରମଣରୁ ବର୍ତ୍ତିବା ପାଇଁ ଅନ୍‌ଲାଇନ ପରୀକ୍ଷା ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଜୁଲାଇ ୩୧ ସୁଦ୍ଧା ଶେଷ ସେମିଷ୍ଟର ପରୀକ୍ଷା ଶେଷ କରି ଅଗଷ୍ଟ ୧୫ସୁଦ୍ଧା ପରୀକ୍ଷାଫଳ ପ୍ରକାଶ କରିବା କଥା। ଏନେଇ ସମସ୍ତ ଡିଗ୍ରୀ କଲେଜ, ସ୍ବୟଂଶାସିତ କଲେଜ ତଥା ବିଶ୍ୱବିଦ୍ୟାଳୟଗୁଡ଼ିକୁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଥିବା ସତ୍ତ୍ୱେ କର୍ତ୍ତୃପକ୍ଷଙ୍କ ଅବହେଳା ପାଇଁ ପରୀକ୍ଷା ହେବାରେ ବିଳମ୍ବ ଘଟିଛି। ଫଳରେ ଛାତ୍ରୀଛାତ୍ରମାନେ ନିଜକୁ ସୁରକ୍ଷିତ ନ ମଣି ଅଫ୍‌ଲାଇନ ପରୀକ୍ଷା ଦେବାକୁ ଅମଙ୍ଗ ହୋଇଛନ୍ତି ା ତେବେ ଠିକ୍‌ ସମୟରେ ଶେଷ ସେମିଷ୍ଟର ପରୀକ୍ଷା ହୋଇ ଫଳାଫଳ ପ୍ରକାଶ କରା ନ ଗଲେ ବହୁ ଛାତ୍ରୀଛାତ୍ର ଉଚ୍ଚ ଶିକ୍ଷାରୁ ବଞ୍ଚିିତ ହେବେ ବୋଲି ପଲ୍ଲୀଶ୍ରୀ ଘୋଷ, ଆଶିଷ ଜେନା, ବିଷ୍ଣୁପଦ ନାୟକ ପ୍ରମୁଖ ଛାତ୍ରୀଛାତ୍ର କହିଛନ୍ତି। ତେବେ ସଂକ୍ରମଣ ରୋକିବା ପର୍ଯ୍ୟନ୍ତ ଅନ୍‌ଲାଇନ ପରୀକ୍ଷା ଓ ଶିକ୍ଷାଦାନ କରା ନ ଗଲେ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଛାତ୍ରୀଛାତ୍ରମାନେ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନରେ ରଶ୍ମୀରେଖା ବାରିକ, ଉତ୍ତମ ମହାପାତ୍ର, କେଶବ ରାଉତ, ନିଗମପ୍ରିୟା ଦାଶ, ମନୋସ୍ବିନ ନାୟକ, ଶୁଭସ୍ମିତା ମହାନ୍ତି, ପ୍ରୀତି ଖମାରୀଙ୍କ ସମେତ ବହୁ ଛାତ୍ରୀଛାତ୍ର ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?