ପୁରୁଣା ସ୍ମୃତି ବାଣ୍ଟିଲେ ଛାତ୍ର, କିଛି କ୍ଷଣ ପାଇଁ ପିଲାଦିନକୁ ଫେରିଯାଇ ହେଲେ ଭାବବିହ୍ବଳ

ପୁରୁଷୋତ୍ତମପୁର,୫ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପ୍ରତାପୁର ଆରଟି ବିଦ୍ୟାପୀଠ ୧୯୯୨ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରଙ୍କ ପକ୍ଷରୁ ଏକ ବନ୍ଧୁମିଳନ ବୈଠକ ରବିବାର ତାରାତାରିଣୀଠାରେ ପ୍ରାକ୍ତନଛାତ୍ର ଜୟନାରାୟଣ ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ପରସ୍ପର ମଧ୍ୟରେ ପୁରୁଣା ସ୍ମୃତି ସବୁ ବାଣ୍ଟି କିଛି କ୍ଷଣ ପାଇଁ ସେହି ପିଲାଦିନକୁ ଫେରି ଯାଇ ଭାବବିହ୍ବଳ ହୋଇପଡ଼ିଥିଲେ। ଏହି ଅବସରରେ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଭାକର ଦାଶ ଓ ସହକାରୀ ଶିକ୍ଷକ ନରସିଂହ ଜେନା, ସନ୍ନ୍ୟାସୀ ନାୟକ, ବାସୁଦେବ ମିଶ୍ର, ଲକ୍ଷ୍ମୀଚରଣ ପାଣିଗ୍ରାହୀ, ପ୍ରକାଶଚନ୍ଦ୍ର ପାଣିଗ୍ରାହୀ, ଗୋକୁଳ ପଣ୍ଡା ଯୋଗଦେଇ ଦିଗ୍‌ଗର୍ଶନ ଦେଇଥିଲେ। ଏହି ଅବସରରେ ଛାତ୍ରମାନେ ମଧ୍ୟ ନିଜର ଗୁରୁଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହାକୁ ପ୍ରାକ୍ତନ ଛାତ୍ର ଜୟନାରାୟଣ ଦାଶ, ପୂର୍ଣ୍ଣଚନ୍ଦ୍ର ପାଳ, ଚକ୍ରପାଣି ନାୟକ, ପଦ୍ମନାଭ ଆଚାର୍ଯ୍ୟ, ପୂର୍ଣ୍ଣଚନ୍ଦ୍ର ପଣ୍ଡା ପ୍ରମୁଖଙ୍କ ସମେତ ବହୁ ପୁରାତନ ଛାତ୍ର ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri