‘ଭଲ ପାଠ ପଢ଼ି ସୁନାମ ଆଣନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୯ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ତଥା ବରିଷ୍ଠ ଆଇନଜୀବୀ ରସାନନ୍ଦ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍କୁଲର ଛାତ୍ରୀଛାତ୍ର ଭଲ ପାଠ ପଢ଼ି କୃତିତ୍ୱର ସହ ଉତ୍ତୀର୍ଣ୍ଣ ହେବା ସହ ଅନୁଷ୍ଠାନର ସୁନାମ ଅର୍ଜନ କରିବାକୁ ପରାମର୍ଶ ଦେଇଥିଲେ। ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ରାଜ୍ୟ ସାଧାରଣ ସମ୍ପାଦକ ହରପ୍ରସାଦ ରଥ ମୁଖ୍ୟବକ୍ତା ଭାବେ ଯୋଗଦେଇ ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରୁଥିବା ଏହି ସ୍କୁଲ ସମଗ୍ର ଅଞ୍ଚଳରେ ସୁନାମ ଅର୍ଜନ କରିଥିବା କହିଥିଲେ। ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀ ଡ. ଶଙ୍କର ନାରାୟଣ ବେଜ, ବିଜୟ ଲକ୍ଷ୍ମୀ ନାରାୟଣପୁର ବିନୋବା ହାଇସ୍କୁଲ ପ୍ରଧାନଶିକ୍ଷକ ଅଶୋକ କୁମାର ପାଣିଗ୍ରାହୀ, ସରକାରୀ ଓକିଲ ପରେଶ ଚନ୍ଦ୍ର ରଥ, କାଉନସିଲର ସୁଶାନ୍ତ କୁମାର ପାତ୍ର ଏବଂ ଦୀପକ କୁମାର ମିଶ୍ର, ସିଆରସିସି ଅନିଲ କୁମାର ଦାସ ଏବଂ ଅଳକା କୁମାରୀ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସ୍କୁଲ ପରିଚାଳନା କମିଟି ସମ୍ପାଦକ ବଳରାମ ମହାରଣାଙ୍କ ସଂଯୋଜନାରେ ସ୍କୁଲ ଉପାଧ୍ୟକ୍ଷା ରୀତାଞ୍ଜଳି ମହାରଣା ସ୍ବାଗତ ଭାଷଣ ଦେଇଥିବା ବେଳେ ଶେଷରେ ସ୍କୁଲ ଅଧ୍ୟକ୍ଷା ବିଷ୍ଣୁପ୍ରିୟା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଶିଶୁମାନଙ୍କୁ ପୁରସ୍କୃତ କରାଯିବା ପରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri