‘ଛାତ୍ରୀଛାତ୍ର ଦେଶ ବିକାଶରେ ଭାଗିଦାରୀ ହୁଅନ୍ତୁ’

ଭଞ୍ଜନଗର,୧୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦରସ୍ଥିତ ଗ୍ରାମ ବିକାଶ ବିଦ୍ୟା ବିହାରର ୨୩ ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ବିଦ୍ୟାଳୟର ଉନ୍ନତି ପାଇଁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ। ଛାତ୍ରୀଛାତ୍ର ହେଉଛନ୍ତି ଦେଶର ଭବିଷ୍ୟତ। ସେମାନେ ନିଜ ଭବିଷ୍ୟତ ଗଢି ଦେଶର ବିକାଶରେ ସାମିଲ ହେବାକୁ ବିଧାୟକ ଆହ୍ବାନ କରିଥିଲେ।

ଏଥିସହ ସେ କହିଥିଲେ ଯେ, ଏତେବଡ଼ ଅନୁଷ୍ଠାନ ଏଠାରେ ହେବା ଦ୍ବାରା ଅଞ୍ଚଳର ଛାତ୍ରୀଛାତ୍ର ମାଗଣା ତାହାର ସୁଫଳ ପାଉଛନ୍ତି। ଯାହା ଆମ ସମସ୍ତଙ୍କ ପାଇଁ ଗର୍ବର ବିଷୟ। ଏହି ଅବସରରେ ବିଧାୟକ ବିଜ୍ଞାନ ଲ୍ୟାବ ଏବଂ ସ୍ମାର୍ଟ କ୍ଲାସ ରୁମ୍‌ ଉଦଘାଟନ କରିଥିଲେ। ଏଥିସହ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ ସେ କରିଥିଲେ। ଉତ୍ସବରେ ବିଦ୍ୟାଳୟ ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ସଭାପତିତ୍ୱ କରିଥିଲେ। ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର, କୋକଳବା ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପୀତାମ୍ବର ପାଢ଼ୀ, ତାରସିଂ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଦେବେନ୍ଦ୍ର ନାଥ ଦାସ, ଶରତ ଚନ୍ଦ୍ର ମହାନ୍ତି, ଦିବାକର ଚୌଧୁରୀ, ଆଇନଜୀବୀ ରଙ୍କନିଧି ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ସଭାକୁ କାହ୍ନୁ ପାଢ଼ୀ ସଂଯୋଜନା କରିଥିବା ବେଳେ ଦେଶବନ୍ଧୁ ସ୍ବାଇଁ ଧନ୍ୟବାଦ ପ୍ରଦାନ କରିଥିଲେ। ଆଜକୁ ୨୩ ବର୍ଷ ଧରି ଆଦିବାସୀ ବହୁଳ ରୁଦ୍ଧାପଦର ଅଞ୍ଚଳରେ ଏହି ଶିକ୍ଷାନୁଷ୍ଠାନ ଖୋଲିଛି। ଗ୍ରାମ ବିକାଶ ଦ୍ୱାରା ତାହା ପରିଚାଳିତ ହେଉଛି। ବର୍ତ୍ତମାନ ସେଠାରେ ୪୭୦ ଛାତ୍ରୀଛାତ୍ର ହଷ୍ଟେଲରେ ରହି ମାଗଣା ପଢୁଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ...

୭ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା

ଗଜପତି(ଗିରିଧାରୀ ପରିଛା)୧୧।୧: ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ନାମନଗଡ଼ ଗ୍ରାମରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିବାହର ୯ ମାସ ହୋଇଥିବା...

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ...

IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍...

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ...

ବସ ଧକ୍କାରେ ଯୁବକଙ୍କ ମୃତ୍ୟୁ; ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋକର୍ଣ୍ଣପୁର-ବଡଡୁମ୍ବୁଳା ରାସ୍ତାର ଶନିଶ୍ଚର ମନ୍ଦିର ନିକଟରେ ‘ବୀଣାପାଣି’ ନାମକ...

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ...

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri