‘ଛାତ୍ରୀଛାତ୍ର ଦେଶ ବିକାଶରେ ଭାଗିଦାରୀ ହୁଅନ୍ତୁ’

ଭଞ୍ଜନଗର,୧୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦରସ୍ଥିତ ଗ୍ରାମ ବିକାଶ ବିଦ୍ୟା ବିହାରର ୨୩ ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବକୁ ଉଦଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ବିଦ୍ୟାଳୟର ଉନ୍ନତି ପାଇଁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ। ଛାତ୍ରୀଛାତ୍ର ହେଉଛନ୍ତି ଦେଶର ଭବିଷ୍ୟତ। ସେମାନେ ନିଜ ଭବିଷ୍ୟତ ଗଢି ଦେଶର ବିକାଶରେ ସାମିଲ ହେବାକୁ ବିଧାୟକ ଆହ୍ବାନ କରିଥିଲେ।

ଏଥିସହ ସେ କହିଥିଲେ ଯେ, ଏତେବଡ଼ ଅନୁଷ୍ଠାନ ଏଠାରେ ହେବା ଦ୍ବାରା ଅଞ୍ଚଳର ଛାତ୍ରୀଛାତ୍ର ମାଗଣା ତାହାର ସୁଫଳ ପାଉଛନ୍ତି। ଯାହା ଆମ ସମସ୍ତଙ୍କ ପାଇଁ ଗର୍ବର ବିଷୟ। ଏହି ଅବସରରେ ବିଧାୟକ ବିଜ୍ଞାନ ଲ୍ୟାବ ଏବଂ ସ୍ମାର୍ଟ କ୍ଲାସ ରୁମ୍‌ ଉଦଘାଟନ କରିଥିଲେ। ଏଥିସହ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ ସେ କରିଥିଲେ। ଉତ୍ସବରେ ବିଦ୍ୟାଳୟ ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ସଭାପତିତ୍ୱ କରିଥିଲେ। ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର, କୋକଳବା ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପୀତାମ୍ବର ପାଢ଼ୀ, ତାରସିଂ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଦେବେନ୍ଦ୍ର ନାଥ ଦାସ, ଶରତ ଚନ୍ଦ୍ର ମହାନ୍ତି, ଦିବାକର ଚୌଧୁରୀ, ଆଇନଜୀବୀ ରଙ୍କନିଧି ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ସଭାକୁ କାହ୍ନୁ ପାଢ଼ୀ ସଂଯୋଜନା କରିଥିବା ବେଳେ ଦେଶବନ୍ଧୁ ସ୍ବାଇଁ ଧନ୍ୟବାଦ ପ୍ରଦାନ କରିଥିଲେ। ଆଜକୁ ୨୩ ବର୍ଷ ଧରି ଆଦିବାସୀ ବହୁଳ ରୁଦ୍ଧାପଦର ଅଞ୍ଚଳରେ ଏହି ଶିକ୍ଷାନୁଷ୍ଠାନ ଖୋଲିଛି। ଗ୍ରାମ ବିକାଶ ଦ୍ୱାରା ତାହା ପରିଚାଳିତ ହେଉଛି। ବର୍ତ୍ତମାନ ସେଠାରେ ୪୭୦ ଛାତ୍ରୀଛାତ୍ର ହଷ୍ଟେଲରେ ରହି ମାଗଣା ପଢୁଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri