ଛାତ୍ରୀଛାତ୍ର ଗବେଷଣାତ୍ମକ ମନୋବୃତ୍ତି ନେଇ ଅଧ୍ୟୟନ କରନ୍ତୁ’

ଭୁବନେଶ୍ୱର,୧୬ା୧୧ (ବ୍ୟୁରୋ): ଦେଶର ପ୍ରତ୍ୟେକ ନାଗରିକ ହେଉଛନ୍ତି ଗବେଷକ। ପ୍ରତି ଗବେଷଣା ଲୋକଙ୍କ ଉପକାର ପାଇଁ ଉଦ୍ଦିଷ୍ଟ। ତେଣୁ ପୁରାତନରୁ ନୂତନ ଯୁଗ ପର୍ଯ୍ୟନ୍ତ, ନିଆଁର ବ୍ୟବହାରଠାରୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ, ସବୁଥିରେ ଗବେଷକଙ୍କ ଅବଦାନ ରହିଛି। ଛାତ୍ରୀଛାତ୍ର ଗବେଷଣାତ୍ମକ ମନୋବୃତ୍ତି ନେଇ ଅଧ୍ୟୟନ କଲେ ଗବେଷଣା କ୍ଷେତ୍ରରେ ଆମ ବିଶ୍ବବିଦ୍ୟାଳୟଗୁଡ଼ିକ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଖ୍ୟାତି ଅର୍ଜନ କରିପାରିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଦୀକ୍ଷାନ୍ତ ଭବନରେ ଚାଲିଥିବା ‘ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୧’ର ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ସାହୁ କହିଲେ, ଏବେ ପିଲାମାନେ ବିଷୟ କୈନ୍ଦ୍ରିକ ହେଉଛନ୍ତି। ସେମାନଙ୍କ ମଧ୍ୟରେ ନୈତିକ ଓ ମୂଲ୍ୟବୋଧ ହ୍ରାସ ପାଉଛି। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରତ୍ୟେକ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ‘ନୈତିକ ଓ ମୂଲ୍ୟବୋଧ’ ଭିତ୍ତିକ ପାଠ୍ୟକ୍ରମ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏହି ପାଠ୍ୟକ୍ରମ ଛାତ୍ରୀଛାତ୍ରଙ୍କୁ ନୂଆ ଦିଶା ଦେଖାଇବା ସହ ଆନ୍ତଃବିଷୟକ ଗବେଷଣା କ୍ଷେତ୍ରରେ ଉପଯୋଗୀ ସାବ୍ୟସ୍ତ ହୋଇପାରିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।
ବିଶ୍ବବିଦ୍ୟାଳୟ, ଉଚ୍ଚଶିକ୍ଷା ବିଭାଗ ଏବଂ ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ଅନୁଷ୍ଠିତ ଏହି ସମ୍ମିଳନୀରେ ଜେଏନ୍‌ୟୁ ନୂଆଦିଲ୍ଲୀର ଉପକୁଳପତି ପ୍ରଫେସର ଚିନ୍ତାମଣି ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶ୍ବର ପ୍ରତ୍ୟେକ ବ୍ୟକ୍ତି ଗବେଷକ ବୋଲି କହିଥିଲେ। ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର କହିଲେ, ସରକାରୀ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଗବେଷଣା ପାଇଁ ଅର୍ଥର ଅଭାବ ରହିବ ନାହିଁ। ଏହି ସହାୟତା ରାଶି ୫ଲକ୍ଷରୁ ୭ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଅଧିକ ଦରକାର ହେଲେ ସରକାର ଅର୍ଥ ଯୋଗାଇଦେବେ ବୋଲି ଘୋଷଣା କରିଥିଲେ। ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ ରାଜ୍ୟ ସରକାରଙ୍କ ଗବେଷଣାତ୍ମକ ଯୋଜନା ସମ୍ପର୍କରେ କହିଥିବାବେଳେ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ ୨୦୧୯-୨୦୨୦ ଶିକ୍ଷାବର୍ଷରେ ୪୦ ଶିକ୍ଷକ ଓ ୧୩ ଏନ୍‌ଇଟି ଉତ୍ତୀର୍ଣ୍ଣ ବିଦ୍ୟାର୍ଥୀ ଏବଂ ୨୦୨୦-୨୧ରେ ୪୦ ଶିକ୍ଷକଙ୍କ ସହ ୩୭ ଏନ୍‌ଇଟି ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ର ଗବେଷଣା କ୍ଷେତ୍ରରେ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?