‘ଛାତ୍ରୀଛାତ୍ର କଠିନ ପରିଶ୍ରମ କରିବା ଉଚିତ’

କୋରାପୁଟ,୨୩ା୧୨(ଅମିତାଭ ବେହେରା): ଶନିବାର କୋରାପୁଟ ଗସ୍ତରେ ରାଜ୍ୟ ଯୁବ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆସିଛନ୍ତି। କୋରାପୁଟସ୍ଥିତ ସରକାରୀ ମହାବିଦ୍ୟାଳୟ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ଯୁବ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ତଥା ଯୁବ ଉତ୍ସବରେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଜୀବନରେ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ରହିଥିବା ଅନ୍ତର୍ନିହିତ ଜ୍ଞାନର ପରିପ୍ରକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ-ଓ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ପିଲାମାନଙ୍କ ମଧ୍ୟରେ ରହିଥିବା ଜ୍ଞାନର ବିକାଶ ଦ୍ୱାରା ସେମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହୋଇପାରିବ ବୋଲି ପ୍ରକାଶ କରିଛନ୍ତି। ତେଣୁ ସମସ୍ତ ଛାତ୍ରୀଛାତ୍ରଙ୍କୁ ଜୀବନରେ କଠିନ ପରିଶ୍ରମ କରିବାକୁ ଆହ୍ବାନ ଦେଇଛନ୍ତି। ଜୀବନରେ ସଫଳତା ପାଇବା ପାଇଁ ସମସ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରନ୍ତୁ। ଯଦି ପ୍ରତିଯୋଗିତାରେ ଥରେ ହାରୁଛନ୍ତି କି ସଫଳତା ମିଳୁନି ତେବେ ପଛକୁ ନ ହଟି ଆଗକୁ ମାଡ଼ି ଚାଲନ୍ତୁ। ସଫଳତା ନିଶ୍ଚୟ ଆସିବ ବୋଲି କହିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଡିଆଜି ଚରଣ ସିଂ ମୀନା, ଜିଲାପାଳ ଅବଦୁଲ ଏମ୍‌ ଅଖତାର, ଜିଲା ଆରକ୍ଷୀ ଅଧୀକ୍ଷକ ଅଭିନବ ସୋନକାରଙ୍କ ସମେତ କୋରାପୁଟ ଜିଲାର ସମସ୍ତ ମହାବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନ ହଜାର ହଜାର ଛାତ୍ରୀଛାତ୍ର ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri