ଜ୍ଞାନ ବିଜ୍ଞାନ ମେଳାରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଷଷ୍ଠୀ ପ୍ରସାଦ ବିଷୋୟୀ ଏବଂ ଭଗବତୀ ପ୍ରସାଦ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ମେଳାରେ ଆଚାର୍ଯ୍ୟ ବାବୁଲା ପଣ୍ଡା ସଂଯୋଜନା କରିଥିଲେ।

ଉଦ୍‌ଘାଟନୀ ସମାରୋହରେ ବିଦ୍ୟାମନ୍ଦିର ପରିଚାଳନା ସମିତି ସମ୍ପାଦକ ପ୍ରକାଶ ଚନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ସୁଶାନ୍ତ କୁମାର ଦୋରା, ପୂର୍ବତନ ଛାତ୍ର ତଥା ଡ଼ା. ନୀଳମାଧବ ରଥ, ଆବାହକ ରଞ୍ଜନ କୁମାର ସାହୁ ଏବଂ ଉଦ୍‌ଯାପନୀ ଉତ୍ସବରେ ପୂର୍ବତନ ସଙ୍କୁଳ ପ୍ରମୁଖ ଇଶର ଭୂୟାଁ ଏବଂ ପରିଚାଳନା କମିଟି ଉପଦେଷ୍ଟା ସନ୍ତୋଷ କୁମାର ପାଢୀ ପ୍ରମୁଖ ଯୋଗ ଦେଇଥିଲେ ।

ଏହି ପରିପ୍ରେକ୍ଷୀରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାମନ୍ଦିରରୁ ଶିଶୁ ବିଭାଗ, ବାଲ ବିଭାଗ ଏବଂ କିଶୋର ବର୍ଗରୁ ୩୩୦ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରି ଗଣିତ, ବିଜ୍ଞାନ ଓ ସଂସ୍କୃତି ଜ୍ଞାନର ପ୍ରଶ୍ନ ମଞ୍ଚ, ପ୍ରକଳ୍ପ, ପ୍ରୟୋଗ, ପତ୍ରବାଚନ, କଥା କଥନ ସମ୍ବନ୍ଧୀୟ ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ ।

ବିଚାରକ ଭାବେ ୪୨ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଦ୍ବାରା ପ୍ରଦର୍ଶିତ ପ୍ରକଳ୍ପଗୁଡ଼ିକ ପରିଦର୍ଶନ କରି ମୂଲ୍ୟାୟନ କରିଥିଲେ। ମେଳା ପ୍ରଦର୍ଶନର ପ୍ରଥମାର୍ଦ୍ଧରେ ଆଚାର୍ଯ୍ୟ ଶ୍ରୀଧର ରଥ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ନୀଳାଞ୍ଚଳ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଶେଷରେ ସିଆରସିସି ଅନୀଲ କୁମାର ଦାସ, ଶ୍ରୀକାନ୍ତ ସାମନ୍ତରା, ଗୋବିନ୍ଦ ସାହୁ, ଦ୍ୱିତିକୃଷ୍ଣ ଗୌଡ଼, କେଶବ ରାଓ, ଦୀପକ ଜେନା, ସୁଜାତା ପାଢୀ, ଗୋପାଳ ସାବତ, ସଦାଶିବ ପାଢ଼ୀଙ୍କ ସମେତ ବିଦ୍ୟାମନ୍ଦିରର ସମସ୍ତ ଆଚାର୍ଯ୍ୟା ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri