ରାସ୍ତାରେ ବସି ପାଠ ପଢ଼ିଲେ ପିଲା, ଯାତାୟାତ ଠପ୍‌

ଗୋପବନ୍ଧୁ ନଗର,୩ା୯(ଶାନ୍ତନୁ କୁମାର ମଢୁଆଳ): ଗୋପବନ୍ଧୁ ନଗର ବ୍ଲକ ଜୟପୁର ପଞ୍ଚାୟତ ପୁରଡିହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ବିପଦପୂର୍ଣ୍ଣ ଶ୍ରେଣୀ ଗୃହକୁ ନେଇ ମଙ୍ଗଳବାର ଅଭିଭାବକମାନେ ନିଜ ନିଜ ପିଲାମାନଙ୍କ ସହ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଫଳରେ ପାଠପଢ଼ା ବ୍ୟାହତ ହୋଇଛି। ଶତାଧିକ ଅଭିଭାବକ ରାସ୍ତା ରୋକରେ ସାମିଲ ହେବା ଯୋଗୁ ଉଦଳା-ଜୟପୁର ରାସ୍ତାରେ ଯାତାୟାତ ଠପ୍‌ ହୋଇ ପଡ଼ିଥିଲା। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ହେଉଥିବା ବେଳେ ତିନୋଟି ଶ୍ରେଣୀ ଗୃହ ରହିଛି। ତେବେ ସେଥି ମଧ୍ୟରୁ ୨୫ ବର୍ଷ ତଳୁ ନିର୍ମିତ ଶ୍ରେଣୀ ଗୃହଟି ଦୁଇ ବର୍ଷ ହେବ ବିପଦପୂର୍ଣ୍ଣ ଅବସ୍ଥାକୁ ଆସିବା ଫଳରେ ଅଭିଭାବକମାନଙ୍କୁ ପିଲାମାନଙ୍କର ସୁରକ୍ଷା ଚିନ୍ତା ଘାରିଛି। ବିଦ୍ୟାଳୟର ଶିଶୁ ବାଟିକା ସହ ଅଧ୍ୟୟନରତ ୧୧୭ ଛାତ୍ରୀଛାତ୍ରଙ୍କୁ ଉକ୍ତ ତିନୋଟି ଗୃହରେ ଶିକ୍ଷାଦାନ ଦିଆଯାଉଛି। ତେବେ ବହୁ ଦିନ ହେବ ଏହି ବିପଦପୂର୍ଣ୍ଣ ଗୃହ ସମ୍ପର୍କରେ ବିଡିିଓ ଓ ଶିକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ ଏ ଦିଗରେ କେହି ଦୃଷ୍ଟି ନ ଦେବା ଯୋଗୁ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହୋଇଥିଲେ ଅଭିଭାବକ। ଖବର ପାଇ ତହସିଲଦାର ଓମ ପ୍ରକାଶ ମହାନ୍ତି, ଏବିଇଓ କୁଳମଣି ନାଏକ, ସହକାରୀ ଯନ୍ତ୍ରୀ ଅଭିଷେକ କାପୁଣ୍ଡିଆ ତଥା ପୋଲିସ ଅଧିକାରୀ ପ୍ରମୁଖ ପହଞ୍ଚି ଅଭିଭାବକମାନଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଅପରାହ୍ନ ସୁଦ୍ଧା ସମାଧାନର ରାସ୍ତା ବାହାରି ପାରି ନ ଥିଲା। ଅଭିଭାବକମାନେ ନିଜ ଜିଦରେ ଅଟଳ ରହିଥିଲେ। ତେବେ ମଙ୍ଗଳବାର ବିଡିଓ ପୃଥିରାଜ ପରିଡ଼ା ଅନ୍ୟ କାର୍ଯ୍ୟରେ ବାହାରକୁ ଯାଇଥିବାରୁ ଏ ନେଇ ବୁଧବାର ଆଲୋଚନା ହେବ ବୋଲି ଏବିଇଓ ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?