ଗଞ୍ଜାମରେ ଚାଞ୍ଚଲ୍ୟ: ଅପହରଣର ମାସେ ପରେ ମିଳିଲା ଛାତ୍ରୀଙ୍କ କଙ୍କାଳ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାନ୍ତ ଚକାପାଦ ଥାନା ଅଧୀନ ଗସମା ଜଙ୍ଗଲରୁ ରବିବାର ଜଣେ ସପ୍ତମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କ କଙ୍କାଳ ରବିବାର ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଜଣକ ଭଞ୍ଜନଗର ଥାନା ଅନ୍ତର୍ଗତ ଦଦରାଲୁଣ୍ଡା ପଞ୍ଚାୟତର। ଖବରପାଇ ଭଞ୍ଜନଗର ଏସଡିପିଓ ସୁଜିତ୍‌ ନାୟକ, ଥାନା ଅଧିକାରୀ ଜୀବନାନନ୍ଦ ଜେନା, ଚକାପାଦ ଥାନା ଅଧିକାରୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି କଙ୍କାଳ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଛନ୍ତି । ଏହି ଘଟଣା ଲୋକ ଲୋଚନକୁ ଆସିବା ପରେ ସମ୍ପୂକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ନାବାଳିକାଙ୍କ ବାପା ଗଣମାଧ୍ୟମକୁ କହିଛନ୍ତି ଯେ, ଝିଅକୁ ଜୋର ଜବରଦସ୍ତ ଅପହରଣ କରି ଯୋଜନା ମୁତାବକ ହତ୍ୟା କରି ମୃତଦେହକୁ ଜଙ୍ଗଲରେ ଝୁଲାଇ ଦିଆଯାଇଛି। ତେଣୁ ସେ ଚକାପାଦ ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ନାବାଳିକାଙ୍କୁ ଜଣେ ଯୁବକ ମାସେ ତଳେ ଅପହରଣ ନେଇଯାଇଥିଲେ। ନାବାଳିକାଙ୍କ ପିତା ବାହାରେ ରହୁଥିବାରୁ ଏନେଇ ଥାନାରେ କୌଣସି ତତକାଳ ଅଭିଯୋଗ କରିପାରି ନ ଥିଲେ। ଶନିବାର ନାବାଳିକାଙ୍କ ବାପା ଗ୍ରାମରେ ପହଞ୍ଚିବା ପରେ ଭଞ୍ଜନଗର ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ।

ହେଲେ ରବିବାର ଝିଅର କଙ୍କାଳ ଜଙ୍ଗଲରେ ପଡିଥିବା ଦେଖି ଭଞ୍ଜନଗର ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ପହଞ୍ଚି କଙ୍କାଳ, ନାବାଳିକାଙ୍କ ଜୋତା ସହ ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ଜବତ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ନାବାଳିକାଙ୍କ ମୃତ୍ୟୁର ସିଠିକ୍‌ କାରଣ ଜଣାପଡିବ। ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଭଞ୍ଜନଗର ଏସ୍‌ଡିପିଓ ନାୟକ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri