ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ହେଲା ନାଟକ‘ସତ୍ୟ ମାଷ୍ଟ୍ରଙ୍କ ନୂଆ କାହାଣୀ’

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଠାଗ୍ରାମସ୍ଥିତ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବରଦାକାନ୍ତ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ସରପଞ୍ଚ ସଂଘ ଗଞ୍ଜାମ ଜିଲା ସଭାପତି ମନୋରଞ୍ଜନ ଗୌଡ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ସହକାରୀ ଶିକ୍ଷକ ରାଜେନ୍ଦ୍ର ଗୌଡ, ସିମାଞ୍ଚଳ ପ୍ରଧାନ, ସୁଧାଂଶୁ ଶେଖର ପଣ୍ଡା , ଶ୍ୟାମସୁନ୍ଦର ମହାରଣା , ରାମହରି ଗୈାଡ , ରାମକୃଷ୍ଣ ଗୌଡ , ସତ୍ୟବାନ ଗୌଡ , ଅନନ୍ତ ବାସୁଦେବ , ସୈାଭାଗ୍ୟ ରାଉତ , ପ୍ରଦୀପ ପାଇକ , ବିଦ୍ୟାଳୟ ପରିଚାଳନା କମିଟି ସଭାପତି ହରିହର ଗୌଡ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ । ସହକାରୀ ଶିକ୍ଷକ ବିଜୟ କୁମାର ଗୈାଡଙ୍କ ନିର୍ଦ୍ଦେଶନାରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଦ୍ବାରା ଶୈକ୍ଷିକ ସାମାଜିକ ନାଟକ ‘ସତ୍ୟ ମାଷ୍ଟ୍ରଙ୍କ ନୂଆ କାହାଣୀ’ ମଞ୍ଚସ୍ଥ ହୋଇଥିଲା । ଶେଷରେ ଅତିଥି ମାନଙ୍କ ଦ୍ୱାରା ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର ମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା। ସହକାରୀ ଶିକ୍ଷକ କୃଷ୍ଣଚନ୍ଦ୍ର ସେଠୀ , ହରପ୍ରସାଦ ଗନ୍ତାୟତ , ବାବୁଲା ବାତ୍ୟା, ଶିକ୍ଷୟିତ୍ରୀ ସ୍ନେହଲତା ଦଳାଇଙ୍କ ସମେତ ଆଖପାଖ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭାବକ , ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri