ଭୋକରେ ଛାତ୍ରୀଛାତ୍ରଙ୍କ ଜଳୁଛି ପେଟ

ମହାକାଳପଡ଼ା,୨୭।୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଶିକ୍ଷା ବିକାଶ ପାଇଁ ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ୨୦୧୫ ମସିହାଠାରୁ ପ୍ରତିଷ୍ଠା ହୋଇଛି। ଶିକ୍ଷାକ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ପାଇଁ ଶୈଖିକ ଓ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ପାଇଁ ସରକାର ଆଦର୍ଶ ବିଦ୍ୟାଳୟ ଖୋଲି ଶିକ୍ଷାଦାନ କରୁଛନ୍ତି। ଗ୍ରାମାଞ୍ଚଳରେ ତୃଣମୂଳ ସ୍ତରରେ କିପରି ମେଧାବୀ ଛାତ୍ରୀଛାତ୍ରମାନେ ମାଗଣାରେ ପାଠପଢି ପାରିବା ସହ ମଧ୍ୟାହ୍ନ ଭୋଜନ, ପାଠ୍ୟ ପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଆଦର୍ଶ ବିଦ୍ୟାଳୟର ନୀତି ଆଦର୍ଶଠାରୁ ଦୂରେଇ ଯାଉଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ କିୟାରବାଙ୍କସ୍ଥିତ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପରିସରରେ ଅସ୍ଥାୟୀ ଭାବେ ଚାଲିଥିବା ଆଦର୍ଶ ବିଦ୍ୟାଳୟରେ। ଏହି ବିଦ୍ୟାଳୟ ଚଳିତ ଶିକ୍ଷା ବର୍ଷ ଆରମ୍ଭ ହୋଇ ଷଷ୍ଠ ଶ୍ରେଣୀରେ ୮୦ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି।
ତେବେ ଚଳିତ ସପ୍ତାହରେ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଦେବା ପରିବର୍ତ୍ତେ କେବଳ ବିସ୍କୁଟ, କଦଳୀ ଦେଇ ସ୍କୁଲ ଅଧ୍ୟକ୍ଷା ନୀରବ ଦ୍ରଷ୍ଟା ସାଜୁଛନ୍ତି। କେତେଜଣ ପିଲା ନାମ ଗୋପନ ସର୍ତ୍ତରେ କହିଛନ୍ତି ଭୋକରେ ପେଟ ଜଳୁଛି। ହେଲେ କେହି ଆମ କଥା ଶୁଣୁନାହାନ୍ତି। ଛାତ୍ରୀଛାତ୍ରମାନେ ବହୁ ଦୂର ଦୁରନ୍ତରୁ ଏହି ବିଦ୍ୟାଳୟକୁ ପାଠ ପଢିବାକୁ ଆସନ୍ତି। ପିଲାମାନେ ସକାଳୁ କ’ଣ ମୁଠେ ଖାଇ ଗାଡ଼ିରେ ଆସନ୍ତି। ହେଲେ ଛାତ୍ରୀଛାତ୍ରମାନଙ୍କୁ ସ୍କୁଲ ଅଧ୍ୟକ୍ଷା ସାରାଣୀ ଜାନା ମଧ୍ୟାହ୍ନ ଭୋଜନ ରୋଷେଇ ପ୍ରସ୍ତୁତ ନ କରି ପିଲାଙ୍କୁ ବିସ୍କୁଟ ଓ କଦଳୀ ଦେଇ କାମ ସାରି ଦେଉଛନ୍ତି। ଫଳରେ ପିଲାମାନେ ଉପବାସରେ ଘରକୁ ପଠାଇ ଦିଆଯାଉଥିବା କେତେଜଣ ଅଭିଭାବକ ଅଭିଯୋଗ କରିଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ପେଟ ପୁରା ଖାଦ୍ୟ ନ ଦେବା ଫଳରେ ଭବିଷ୍ୟତରେ ଗ୍ୟାସ୍‌ ରୋଗରେ ଆକ୍ରାନ୍ତ ହେବାକୁ ଏଡାଇ ଦିଆଯାଇ ନ ପାରେ। ଛାତ୍ରୀଛାତ୍ରମାନେ ସ୍କୁଲ ଅଧ୍ୟକ୍ଷାଙ୍କୁ ଭୟ କରି ମୁହଁ ଖୋଲୁ ନ ଥିବା ବେଳେ ଭୋକର ଭାଷା ବେଶ୍‌ ବାରି ହୋଇ ପଡୁଛି। ତେବେ ଆଦର୍ଶ ବିଦ୍ୟାଳୟ ନୂତନ ଗୃହ ନିର୍ମାଣ ଆଡେଇ ଗ୍ରାମଠାରେ ଚାଲିଛି। ଠିକାଦାରଙ୍କ ଖାମ ଖିଆଲି ମନଭାବ ଯୋଗୁ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଭୂଇଁରୁ ଉଠିପାରୁନି। ନିମ୍ନମାନର କାମ ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ତନ୍ମୟ କୁମାର ବେହେରାଙ୍କୁ ପଚାରିବାରେ ମଧ୍ୟାହ୍ନ ଭୋଜନ ବନ୍ଦ ବୋଲି ସ୍ବୀକାର କରିବା ସହ ଖୁବ୍‌ଶୀଘ୍ର ସମସ୍ୟା ସମାଧାନ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?