ଡିଜିଟାଲ ଇଣ୍ଡିଆ ନାରା ପ୍ରହସନ: ନେଟୱର୍କ ପାଇଁ ଗଛ ଉପରେ ମଞ୍ଚା, ବିପଦସଙ୍କୁଳ ଅବସ୍ଥାରେ ପାଠ ପଢୁଛନ୍ତି କୋମଳମତି ଶିଶୁ

ଥୁଆମୂଳ ରାମପୁର,୫।୫ (ଦୁର୍ଗା କୀର୍ତ୍ତି): ସମଗ୍ର ଦେଶରେ ଡିଜିଟାଲ ବିପ୍ଳବ ଓ ୫-ଜି ସେବାର ଜୟଗାନ କରାଯାଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରୁ ଆସିଛି ଏକ ଦୁଃଖଦ ତଥା ଚିନ୍ତାଜନକ ଚିତ୍ର। ବ୍ଲକ ମୁଖ୍ୟାଳୟଠାରୁ ପ୍ରାୟ ୭୦ କିଲୋମିଟର ଦୂରରେ ଅବସ୍ଥିତ ତଳନାଗି ପଞ୍ଚାୟତର ମୁର୍କା ଓ ତଳନାଗି ଗ୍ରାମରେ ‘ଡିଜିଟାଲ ଇଣ୍ଡିଆ’ର ନାରା କେବଳ ଏକ ସ୍ଲୋଗାନରେ ସୀମିତ ରହିଯାଇଛି। ଏଠାରେ ମୋବାଇଲ ନେଟୱର୍କ ପାଇବା ସାତସପନ ପାଲଟିଥିବା ବେଳେ ଗ୍ରାମବାସୀ ଓ ଛାତ୍ରଛାତ୍ରୀମାନେ ନେଟୱର୍କ ପାଇଁ ଗଛ ଉପରେ ମଞ୍ଚା କରି ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଥିବା ଦେଖିବାକୁ ମିଳିଛି।

ସୂଚନା ଅନୁସାରେ, ଏହି ଅଞ୍ଚଳରେ ପ୍ରାୟ ୧୦୦୦ରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବସବାସ କରୁଥିଲେ ହେଁ ଆଜି ପର୍ଯ୍ୟନ୍ତ କୌଣସି ମୋବାଇଲ ସେବା ଉପଲବ୍ଧ ହୋଇନାହିଁ। ବିଶେଷ କରି କୋମଳମତି ଶିଶୁମାନେ ପାଠ ପଢିବା ପାଇଁ ବିପଦସଙ୍କୁଳ ଅବସ୍ଥାରେ ପାହାଡ଼ କିମ୍ବା ଗଛ ଉପରେ ଚଢ଼ି ମଞ୍ଚା ବାନ୍ଧୁଛନ୍ତି। ଖରା ଦିନେ ଯେନତେନ ପ୍ରକାରେ ପାଠପଢ଼ା ଚାଲୁଥିବା ବେଳେ ବର୍ଷା ଓ ଶୀତ ଦିନେ ଏହା ଅତି କଷ୍ଟକର ହୋଇପଡୁଛି। ଗ୍ରାମବାସୀମାନେ ମଧ୍ୟ କୌଣସି ଜରୁରୀ ସୂଚନା ଦେବା ପାଇଁ ବା କଥା ହେବା ପାଇଁ ଗଛରେ ମୋବାଇଲ ଝୁଲାଇ ନେଟୱର୍କକୁ ଚାହିଁ ରହୁଛନ୍ତି।

ନେଟୱର୍କ ଅଭାବରୁ ଗ୍ରାମବାସୀମାନେ ୧୦୮ ଆମ୍ବୁଲାନ୍ସ, ଅଗ୍ନିଶମ ବାହିନୀ କିମ୍ବା ପୋଲିସ ସହାୟତା ପାଇବାରୁ ବଞ୍ଚିତ ହେଉଛନ୍ତି। ଜରୁରୀକାଳୀନ ଚିକିତ୍ସା ସମୟରେ ଯୋଗାଯୋଗ ହୋଇପାରୁ ନଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅଧିକାଂଶ ଗ୍ରାମବାସୀ ଦିନମଜୁରିଆ ହୋଇଥିବାରୁ ସେମାନେ ନିଜର ଅସୁବିଧା ବିଷୟରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବାକୁ ଅସମର୍ଥ ହେଉଛନ୍ତି। ଆଧୁନିକ ଯୁଗରେ ମୋବାଇଲ ସେବା ଏକ ମୌଳିକ ଆବଶ୍ୟକତା ପାଲଟିଥିବା ବେଳେ ମୁର୍କା ଓ ତଳନାଗି ଗ୍ରାମବାସୀ ଏଥିରୁ ବଞ୍ଚିତ ହେବା ସରକାରଙ୍କ ବିକାଶମୂଳକ ଯୋଜନା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜଙ୍ଗଲ ଓ ପାହାଡ଼ ଘେରା ଏହି ଦୁର୍ଗମ ଅଞ୍ଚଳରେ ତୁରନ୍ତ ମୋବାଇଲ ଟାୱାର ସ୍ଥାପନ କରି ସେବା ଯୋଗାଇ ଦେବାକୁ ଅଞ୍ଚଳବାସୀ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ନିକଟରେ ବିନିତ ଅନୁରୋଧ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?