ଖୋଲୁନି ଆଦର୍ଶ ବିଦ୍ୟାଳୟ: ଅନ୍ୟତ୍ର ପଢୁଛନ୍ତି ଛାତ୍ରୀଛାତ୍ର

ଆଳି,୨୬।୬(ବନମାଳୀ ସେନାପତି): ରାଜ୍ୟ ସରକାର ଛାତ୍ରୀଛାତ୍ରମାନଙ୍କୁ ଉତ୍ତମ ପରିବେଶ ଓ ଶିକ୍ଷା ଦେବା ନିମନ୍ତେ ଆଦର୍ଶ ବିଦ୍ୟାଳୟ ଗଠନ କରିଥିଲେ। ଆଳି ବ୍ଲକରେ ଦୀର୍ଘ ୨ବର୍ଷ ହେବ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଛି। ମାତ୍ର ଆଦର୍ଶ ବିଦ୍ୟାଳୟର ନିଜସ୍ବ ଗୃହ ନ ଥିବା କାରଣରୁ ସ୍ଥାନୀୟ ଶରତ କୁମାର ଦେବ ହାଇସ୍କୁଲରେ ଆରମ୍ଭ ହୋଇଥିଲା। କିନ୍ତୁ ବିଡ଼ମ୍ବନାର ବିଷୟ ଏବେ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ସରିଥିବା ବେଳେ ଛାତ୍ରୀଛାତ୍ରମାନେ କିନ୍ତୁ ଅତି ଅବ୍ୟବସ୍ଥା ମଧ୍ୟରେ ଶରତ କୁମାର ଦେବ ହାଇସ୍କୁଲରେ ପଢ଼ୁଛନ୍ତି, ଯାହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକମାନେ ଅଭିଯୋଗ କରିଛନ୍ତି ଯେ, ସେମାନେ ଯେଉଁ ଲକ୍ଷ୍ୟ ନେଇ ଆଦର୍ଶ ବିଦ୍ୟାଳୟକୁ ପାଠ ପଢ଼ିବାକୁ ଚୟନ କରିଥିଲେ ସେଥିରେ କିନ୍ତୁ ବ୍ୟତିକ୍ରମ ଦେଖାଦେଉଛି। ଏବେ ଆଦର୍ଶ ବିଦ୍ୟାଳୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ୧୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପାଠ ପଢୁଥିବା ବେଳେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି। ବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମେତ ମାତ୍ର ୩ ଜଣ ଶିକ୍ଷକଙ୍କୁ ନେଇ ଶିକ୍ଷାଦାନ ଚାଲିଛି। ବିଦ୍ୟାଳୟର ଶିକ୍ଷାଦାନକୁ ନେଇ ଛାତ୍ରୀଛାତ୍ର ଅସନ୍ତୁଷ୍ଟ ହେଉଛନ୍ତି। ବର୍ତ୍ତମାନ ପ୍ରବଳ ଗୁଳୁଗୁଳି ହେଉଥିବା ବେଳେ ଫ୍ୟାନ୍‌ ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବାରୁ ସେମାନେ ଅତିଷ୍ଠ ହୋଇପଡ଼ୁଛନ୍ତି। ବସିବା ନିମନ୍ତେ ବେଞ୍ଚ୍‌ର ବ୍ୟବସ୍ଥା ନ ଥିବା ବେଳେ ପାଲ ପକାଇ ଗୁଞ୍ଜାଗୁଞ୍ଜି ହୋଇ ଛାତ୍ରୀଛାତ୍ର ପଢ଼ୁଛନ୍ତି। ଅଭିଭାବକମାନେ କହିଛନ୍ତି, ଆଦର୍ଶ ବିଦ୍ୟାଳୟର ନୂତନ ଗୃହ ନିର୍ମାଣ ହେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଡିସେମ୍ବରରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଉଦ୍‌ଘାଟନ କରିଥିଲେ। କିନ୍ତୁ ଆଜି ପର୍ଯ୍ୟନ୍ତ କ’ଣ ପାଇଁ ସେଠାରେ ଶିକ୍ଷାଦାନ ହେଉନି ତାହାକୁ ନେଇ ଅଭିଭାବକମାନେ ଚିନ୍ତାରେ ପଡ଼ିଛନ୍ତି। ଏ ନେଇ ଜିଲା ଶିକ୍ଷା ଅଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କୁ ପଚାରିବାରେ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ଠିକାଦାର ଗୃହ ହସ୍ତାନ୍ତର କରିନାହାନ୍ତି ବୋଲି ସେ କହିଛନ୍ତି। ଏ ନେଇ ଠିକାଦାର ସୁକାନ୍ତ ରାଉତଙ୍କୁ ପଚାରିବାରେ ଗୃହ ନିର୍ମାଣ କାର୍ଯ୍ୟ ୬ ମାସ ହେବ ଶେଷ ହୋଇସାରିଛି। ସେ ଗୃହ ହସ୍ତାନ୍ତର କରିବାକୁ ପ୍ରସ୍ତୁତ ଥିବା ବେଳେ ବିଭାଗ ପକ୍ଷରୁ ଗ୍ରହଣ କରାଯାଉନାହିଁ ବୋଲି ସେ କହିଛନ୍ତି। ତୁରନ୍ତ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଲକ୍ଷ୍ୟ କରି ଆଦର୍ଶ ବିଦ୍ୟାଳୟର ନିଜସ୍ବ ଗୃହରେ ପାଠପଢ଼ା ଆରମ୍ଭ କରିବା ସହିତ ଆବଶ୍ୟକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri