ପଡିଆରେ ପଢ଼ୁଛନ୍ତି ଛାତ୍ରୀଛାତ୍ର

ଆନନ୍ଦପୁର/କଣ୍ଟିପାଳ,୨୦।୫ (ସ୍ବ.ପ୍ର./ଡି.ଏନ୍‌.ଏ.) ୫ଟି ଯୋଜନାରେ ବିଦ୍ୟାଳୟର ନୂତନ ରୂପରେଖ ଦିଆଯାଉଛି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଆକୃଷ୍ଟ କରିବାକୁ ବିଦ୍ୟାଳୟକୁ ଏକ ଶୈକ୍ଷିକ ବାତାବରଣ ଦେବାକୁ ଉଦ୍ୟମ କରାଯାଉଛି। ତେବେ ଏଭଳି କ୍ଷେତ୍ରରେ ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ରାଇପାଳ ସରକାରୀ ପ୍ରାଥମିକ ବିଦ୍ୟାଳୟର ଅବସ୍ଥାକୁ ଦେଖିଲେ ଶିକ୍ଷାବ୍ୟବସ୍ଥା ପ୍ରତି ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନା ବସିବାକୁ ଶ୍ରେଣୀଗୃହ ଅଛି ନା ପାଠ ପଢ଼ାଇବାକୁ ଶିକ୍ଷକ ଅଛନ୍ତି। ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ଉକ୍ତ ବିଦ୍ୟାଳୟ। କେତେକ ଗଣମାଧ୍ୟମ ପ୍ରତିନିଧି ଗୁରୁବାର ଏହି ବିଦ୍ୟାଳୟରେ ପହଞ୍ଚିଥିଲେ। ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଖୋଲାମେଲା ଅବସ୍ଥାରେ ପଢୁଥିବା ଦେଖି ସେମାନଙ୍କୁ ଏହାର କାରଣ ପଚରାଯିବାରୁ ବିଦ୍ୟାଳୟର ଶ୍ରେଣୀଗୃହରୁ ପ୍ଲାଷ୍ଟର ଖସୁଥିବାରୁ ଆମେ ବାହାରେ ପଢୁଛୁ ବୋଲି ଉତ୍ତର ରଖିଥିଲେ। ଜଣେ ପଞ୍ଚମ ଶେଣୀ ଛାତ୍ରଙ୍କ ଉତ୍ତର ସମସ୍ତଙ୍କୁ ସ୍ତବ୍ଧ କରିଥିଲା। ସରକାର ସବୁଆଡେ ବିଦ୍ୟାଳୟ ପାଇଁ ଗୃହ ଦେଉଛନ୍ତି, ବିଦ୍ୟାଳୟ ଗୁଡିକୁ ଚିକ୍‌ ଚିକ୍‌ କରୁଛନ୍ତି, ଆମକୁ ଘର ଖଣ୍ଡେ ଦିଅନ୍ତୁ ବୋଲି କହିଥିଲେ।
ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ୫୫ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେମାନଙ୍କୁ ପଢ଼ାଇବା ପାଇଁ ଜଣେ ଶିକ୍ଷକ ଓ ଜଣେ ଶିକ୍ଷୟତ୍ରୀ ଅଛନ୍ତି। ପିଲାମାନଙ୍କ ପାଠପଢା ପାଇଁ ରହିଛି ଗୋଟିଏ ମାତ୍ର ଶ୍ରେଣୀ ଗୃହ। ୧୫ ଦିନ ତଳେ ସେହି ଶ୍ରେଣୀ ଗୃହର ପ୍ଲାଷ୍ଟର ଖସି ଜଣେ ଛାତ୍ର ଆହତ ହୋଇଥିଲେ। ଏଭଳି ଘଟଣାକୁ ନେଇ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ବିଦ୍ୟାଳୟକୁ ଛାଡିବାକୁ ଅମଙ୍ଗ ହୋଇଥିଲେ। ପରବର୍ତ୍ତୀ ସମୟରେ ଶ୍ରେଣୀ ଗୃହ ବାହାରେ ପାଠପଢ଼ାଇବାର ବ୍ୟବସ୍ଥା ଗ୍ରହଣ କରାଯିବା ପରେ ଛାତ୍ରୀଛାତ୍ରମାନେ ସ୍ବାଭାବିକ ଭାବେ ବିଦ୍ୟାଳୟକୁ ଆସିଥିଲେ। ବିଦ୍ୟାଳୟର ଏଭଳି ଅବସ୍ଥାକୁ ନେଇ ବହୁବାର ଉଚ୍ଚ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ଏହାର କୌଣସି ସମାଧାନ ହେଉନାହିଁ। ତୁରନ୍ତ ବିଦ୍ୟାଳୟ ସମସ୍ୟା ସମାଧାନ କରିବାକୁ ଅଭିଭାବକ ଓ ଛାତ୍ରୀଛାତ୍ରମାନେ ପ୍ରଶାସନକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri