ଖୋଲା ଆକାଶ ତଳେ ପଢୁଛନ୍ତି ଛାତ୍ରୀଛାତ୍ର

ସଇଁତଲା,୪ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଡୁଙ୍ଗୁରିପାଲି ପଞ୍ଚାୟତ ଅନ୍ତର୍ଗତ କୁଅଁାରଗଁାଠାରେ ଥିବା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟକୁ ରାଜ୍ୟ ସରକାର ୫-ଟିରେ ସାମିଲ କରି ସ୍ମାର୍ଟ କ୍ଲାସ ରୁମ ନିର୍ମାଣ ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି ବିଦ୍ୟାଳୟରେ ନବମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ୧୩୯ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି । ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ କରୁଥିବା ଠିକାସଂସ୍ଥା ସ୍କୁଲର କୋଠରୀଗୁଡ଼ିକର ଉନ୍ନତୀକରଣ ନିମନ୍ତେ ଭଙ୍ଗାରୁଜା କରିଦେଇଛି। ଯାହାଫଳରେ ଉକ୍ତ କୋଠରୀରେ ଛାତ୍ରୀଛାତ୍ର ପାଠ ପଢ଼ି ପାରୁନାହାନ୍ତି। ଦୀର୍ଘ ଦୁଇମାସରୁ ଊର୍ଦ୍ଧ୍ୱ ହେବ ଠିକା ସଂସ୍ଥା ଉନ୍ନତୀକରଣ କାର୍ଯ୍ୟ ବନ୍ଦ କରି ରଖିଛି। ଅପରପକ୍ଷରେ କୋଠରୀଗୁଡ଼ିକ ଭଙ୍ଗା ଅବସ୍ଥାରେ ଥିବା ଯୋଗୁ ନବମ ଓ ଦଶମ ଶ୍ରେଣୀର ଛାତ୍ରୀଛାତ୍ରମାନେ ଖରାରେ ଖୋଲା ଆକାଶ ତଳେ ବସି ପାଠ ପଢ଼ିବା ପାଇଁ ବାଧ୍ୟ ହେଉଛନ୍ତ। ଆଗକୁ ମାଟ୍ରିକ ପରୀକ୍ଷା ହେବ। ବ୍ଲକ ଅଞ୍ଚଳର ଅନେକ ବିଦ୍ୟାଳୟ ମଧ୍ୟରୁ ରାଧାକୃଷ୍ଣ ବିଦ୍ୟାଳୟରେ ମଧ୍ୟ ସେଣ୍ଟର ହୋଇଥାଏ। ଅଳ୍ପଦିନ ମଧ୍ୟରେ ୫ଟି କାର୍ଯ୍ୟ ନ ସରିଲେ କିଭଳି ଭାବରେ ଉକ୍ତ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ପାଇଁ ସେଣ୍ଟର କରାଯିବ ଏବଂ ଛାତ୍ରୀଛାତ୍ର ଉକ୍ତ ବିଦ୍ୟାଳୟରେ ପରୀକ୍ଷା ଦେବେ ସେନେଇ ଅଭିଭାବକ ମହଲରେ ଆଶଙ୍କା ଦେଖାଦେଇଛି। ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଘନଶ୍ୟାମ ପୁରୋହିତଙ୍କୁ ପଚାରିବାରେ ସ୍କୁଲର ଉନ୍ନତୀକରଣ କାର୍ଯ୍ୟ ତ୍ୱରାନ୍ବିତ କରାଯିବାକୁ ସ୍କୁଲ କମିଟି ତରଫରୁ ବ୍ଲକ ଶିକ୍ଷାଧିକାରୀଙ୍କୁ ଲିଖିତ ଭାବରେ ଜଣାଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri