ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୭।୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା ରାଜ୍ୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୋମନା ବ୍ଲକ ବୃଦ୍ଧିକୋମନା ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଛାତ୍ର ସୁମିତ ବାଗ, ସାଇ ସ୍ବରାଜ ପଣ୍ଡା ଓ କହ୍ନେୟା ରାଉତ ସ୍ଥାନ ଆଧାରିତ ସତର୍କତା ଯନ୍ତ୍ର (ଲୋକେସନ ବେସ୍‌ଡ ଆଲର୍ଟ ସିଷ୍ଟମ) ତିଆରି କରିଥିଲେ। ଶିକ୍ଷକ ଦେବରାଜ ଧିଣ୍ଡା ଓ ବିପ୍ଲବ ବାଗଙ୍କ ତତ୍ତ୍ୱାବଧାନ ତଥା ପ୍ରଧାନ ଶିକ୍ଷକ ଶଶିପାତ୍ର ତାଣ୍ଡିଙ୍କ ମାର୍ଗଦର୍ଶନରେ ଏହି ପ୍ରକଳ୍ପ ସହିତ ଛାତ୍ରମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି ପ୍ରକଳ୍ପ ଚାଳକଙ୍କ ପାଇଁ ଦୁର୍ଘଟଣା ପ୍ରବଣ ସ୍ଥାନରେ ସତର୍କ ସୂଚନା ଦେବ। ଛାତ୍ରମାନେ ଏଥିପାଇଁ ଗୋଟିଏ ମୋବାଇଲ ଆପ (ସତର୍କ ସଙ୍କେତ) ତିଆରି କରିଛନ୍ତି, ଯାହା ଦୁର୍ଘଟଣା ଜନିତ ସ୍ଥାନରେ ଯନ୍ତ୍ରଟିକୁ ମେସେଜ ଦିଏ ଓ ସାଉଣ୍ଡ କରି ଚାଳକଙ୍କୁ ସତର୍କ କରାଏ। ଏହି ପ୍ରକଳ୍ପ ରାଜ୍ୟସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇ ଜିଲା ପାଇଁ ଗୌରବ ଆଣିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri