ଡ୍ରିଲ୍‌ ସମୟରେ ହଠାତ୍‌ ଅଚେତ ହୋଇପଡ଼ିଲେ ୩ଛାତ୍ରୀ

ସଜନାଗଡ,୨୩।୪(ଡି.ଏନ୍‌.ଏ.): ବାଲେଶର ଜିଲା ନୀଳଗିରି ବ୍ଲକ ଅଧିନ ଜାମୁଢିଆ ଆଦର୍ଶ ବିଦ୍ୟାଳୟରେ ଶନିବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ଡ୍ରିଲ୍‌ ସମୟରେ ୨୦୦ ପିଲା ଭାଗ ନେଇଥିବା ବେଳେ ୧୫ଜଣ ଛାତ୍ରୀହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ଅସୁସ୍ଥଙ୍କ ମଧ୍ୟରୁ ୩ଜଣ ଛାତ୍ରୀ ଅଚେତ ହୋଇଯାଇଥିବା ଜଣାପଡ଼ିଛି। ତାଙ୍କୁ ସଙ୍ଗେ ସଙ୍ଗେ ଚିକିତ୍ସା ପାଇଁ ସ୍କୁଲ କର୍ତ୍ତୃପକ୍ଷ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଅସୁସ୍ଥ ୩ଛାତ୍ରୀ ହେଲେ ହରପ୍ରିୟା ପାତ୍ର, ଜ୍ୟୋସ୍ନାରାଣୀ ବେହେରା, କବିତା ଜେନା। ବର୍ତ୍ତମାନ ସମସ୍ତଙ୍କର ନୀଳଗିରି ହସ୍ପିଟାଲରେ ଚିକିତ୍ସା ଚାଲିଛି। ଛାତ୍ରୀ ଦ୍ୱୟ ଜଣଙ୍କ ନବମ ଶ୍ରେଣୀ ଓ ଜଣେ ଅଷ୍ଟମ ଶ୍ରେଣୀର ବୋଲି ଜଣାପଡିଛି। ତେବେ ଏସମ୍ପର୍କରେ ସ୍କୁଲର ପ୍ରଧାନଶିକ୍ଷକ କରୁଣାକର ପଣ୍ଡା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଡ୍ରିଲ୍‌ ପାଇଁ ନୁହେଁ ବରଂ ସକାଳୁଆ ସ୍କୁଲ ରହୁଥିବାରୁ ପିଲାମାନେ ବହୁତ ଦୂର ଦୁରାନ୍ତରୁ ସ୍କୁଲ ଆସୁଛନ୍ତି। ଫଳରେ ନ ଖାଇପିଇ ସ୍କୁଲକୁ ଆସୁଥିବାରୁ ଏଭଳି ସ୍ଥିତି ଉପୁଜିଛି ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି। ଅନ୍ୟପକ୍ଷରେ ସମସ୍ତ ଛାତ୍ରୀଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପଛରେ ଘରୋଇ ହଷ୍ଟେଲରେ ଖାଦ୍ୟ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri