ବିଭିନ୍ନ ସମସ୍ୟା ନେଇ ପଞ୍ଚାୟତ ପିଇଓଙ୍କୁ ଘେରିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳମାଳ ସମସ୍ୟା ଲାଗିରହିଛି। ଏହାର ସମାଧାନ ଦିଗରେ ନା ପ୍ରଶାସନ, ଶିକ୍ଷା ବିଭାଗ, ଜିଲା ଓ ସ୍ଥାନୀୟ ଅଧିକାରୀ କେହି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଉନାହାନ୍ତି। ଫଳରେ ସୋମବାର ବିଦ୍ୟାଳୟର ଅଷ୍ଟମଶ୍ରେଣୀ ଛାତ୍ରୀଛାତ୍ର ଏକାଠି ହୋଇ ପଞ୍ଚାୟତ କାର୍ଯ୍ୟାଳୟକୁ ଘେରିଛନ୍ତି। ସେମାନଙ୍କ ଅନେକ ସମସ୍ୟା ରହିଥିବା ବେଳେ ସବୁଠାରୁ ବଡ଼ ସମସ୍ୟା ହେଲା ଶୌଚାଳୟଟିଏ ନାହିଁ। ଫଳରେ ସ୍କୁଲର ହତା ମଧ୍ୟରେ ଖୋଲା ଯିବାକୁ ପଡୁଛି କିମ୍ବା ଘରକୁ ଯିବାକୁ ପଡୁଛି। ବାରମ୍ବାର ସ୍କୁଲ କର୍ତ୍ତୃପକ୍ଷ ଓ ଅଭିଭାବକ ଛାତ୍ରୀଛାତ୍ର ଅଭିଯୋଗ କରିଥିଲେ ମଧ୍ୟ କେହି ତାଙ୍କ କଥାକୁ କର୍ଣ୍ଣପାତ କଲେ ନାହିଁ। ଶେଷରେ ସେମାନେ ଅଭିନବ ପ୍ରତିବାଦ କରିବା ସହ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଲିଖିତ ଜଣାଇ ଲମ୍ବା ଧାଡ଼ିରେ ସ୍କୁଲ ପାଠ ପାଠ ଛାଡ଼ି ନିଜ ହକ୍‌ ପାଇଁ ପଞ୍ଚାୟତ କାର୍ଯ୍ୟାଳୟ ବାହାରିପଡ଼ିଥିଲେ। ମଧ୍ୟାହ୍ନରେ ଏଭଳି ଘଟଣା ଦେଖି ଅଞ୍ଚଳବାସୀ ମଧ୍ୟ ଚକିତ ହୋଇଯାଇଛନ୍ତି। ଛାତ୍ରୀମାନେ ନିଜ ଆବଶ୍ୟକ ମୌଳିକ ସୁବିଧା ପାଇବାରୁ ବଞ୍ଚିତ ଯୋଗୁ ବାଧ୍ୟ ହୋଇ ବିଦ୍ୟାଳୟ ଛାଡ଼ି ଏଭଳି ପଦକ୍ଷେପ ନେଇଛନ୍ତି। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭାତ ପ୍ରଧାନଙ୍କ ନିକଟରେ ନିଜ ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ଅଭିଯୋଗ କରିବା ପରେ ସେ ସମସ୍ତ ଅଭିଯୋଗ ଶୁଣିବା ପରେ ଦେଇଥିଲେ ଆସନ୍ତା ଏକ ମାସ ମଧ୍ୟରେ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ଛାତ୍ରୀଛାତ୍ର ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri