Posted inଜାତୀୟ

କାର୍‌ ହେଡ୍‌ଲାଇଟ୍‌ରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ପାଟନା, ୩ା୨: ବିହାରର ମୋତିହାରୀ ପରୀକ୍ଷା କେନ୍ଦ୍ରରେ ଯୁକ୍ତ ୨ର ପ୍ରାୟ ୪ ଶହ ଛାତ୍ରୀଛାତ୍ର ବିଦ୍ୟୁତ୍‌ ନ ଥିବାରୁ କାର୍‌ ହେଡ୍‌ଲାଇଟ୍‌ ଆଲୁଅରେ ପରୀକ୍ଷା ଦେଇଛନ୍ତି। ଏହାର ଫଟୋ ଓ ଭିଡିଓ ସାମ୍‌ନାକୁ ଆସିବା ପରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଏବଂ ପରୀକ୍ଷା ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ପ୍ରସ୍ତୁତିକୁ ସମାଲୋଚନା କରାଯାଉଛି। ସୂଚନା ଅନୁସାରେ, ସୋମବାର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଅପରାହ୍ନ ୧ଟା ୪୫ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହେବାର ଥିଲା। କିନ୍ତୁ ମହାରାଜା ହରେନ୍ଦ୍ର କିଶୋର କଲେଜ କେନ୍ଦ୍ରରେ ଛାତ୍ରୀଛାତ୍ରମାନେ ଠିକ୍‌ ସମୟରେ ପ୍ରଶ୍ନପତ୍ର ପାଇ ନ ଥିବା ଅଭିଯୋଗ କରିଛନ୍ତି। ଏହାକୁ ନେଇ ସେଠାରେ ପିଲା ଓ ଅଭିଭାବକମାନେ ପାଟିିତୁଣ୍ଡ କରିଥିଲେ। ସ୍ଥିତି ନିୟନ୍ତ୍ରଣ ପାଇଁ ସେଠାରେ ପୋଲିସ ପହଞ୍ଚିଥିଲା। ବୁଝାଶୁଝା ସରିବା ବେଳକୁ ରାତି ହୋଇଯାଇଥିଲା। ଉକ୍ତ ପରୀକ୍ଷା କେନ୍ଦ୍ରରେ ବିଦ୍ୟୁତ୍‌ ସଂଯୋଗ ନ ଥିବାରୁ ଜେନେରେଟର ମାଧ୍ୟମରେ ଅଭିଭାବକମାନେ ଆଣିଥିବା କାର୍‌ଗୁଡ଼ିକର ହେଡ୍‌ଲାଇଟ ଜଳିଥିଲା। ଏହି ଆଲୋକରେ ଛାତ୍ରୀଛାତ୍ରମାନେ ରାତି ୮ଟା ପର୍ଯ୍ୟନ୍ତ ପରୀକ୍ଷା ଦେଇଥିଲେ। ଘଟଣାର ତଦନ୍ତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri