ଗଛ ଉପରେ ବସି ଅନ୍‌ଲାଇନ୍‌ରେ ପାଠ ପଢ଼ୁଛନ୍ତି ପିଲା: ଭିଡିଓ ଭାଇରାଲ

ମୁମ୍ବାଇ,୧୮।୮: କରୋନା ଲକ୍‌ଡାଉନ ଯୋଗୁ ଦେଶରେ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ପିଲାଙ୍କ ଭବିଷତ୍ୟକୁ ନଜରରେ ରଖି ଅନ୍‌ଲାଇନରେ ପାଠ ପଢ଼ାଇବାକୁ ସରକାର ଅନୁମତି ପ୍ରଦାନ କରିଛନ୍ତି। କିନ୍ତୁ ଅନ୍‌ଲାଇନରେ ପାଠପଢ଼ାକୁ ନେଇ ବିଭିନ୍ନ ପ୍ରକାରର ସମସ୍ୟା ଉପୁଜିଥିବା ଦେଖିବାକୁ ମିଳିଛି। କାହା ପାଖରେ ସ୍ମାର୍ଟ ଫୋନ୍‌ ନାହିଁ ତ ଆଉ କେଉଁଠି ନେଟଓ୍ବାର୍କ ନାହିଁ। ଫଳରେ ପିଲାଙ୍କୁ କେତେବେଳେ ପାହାଡ଼ ଉପରେ ଚଢ଼ିବାକୁ ପଡ଼ୁଛି ଆଉ କେତେବେଳେ ଗଛ ଉପରେ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମହାରାଷ୍ଟ୍ରରେ। ମହାରାଷ୍ଟ୍ରର ନାସିକ ଜିଲା ସ୍ଥିତ ନନ୍ଦୁରବାରରେ କେତେକ ପିଲା ଅନ୍‌ଲାଇନ କ୍ଲାସ୍‌ ପାଇଁ ଗଛ ଉପରେ ଚଢ଼ି ପାଠପଢ଼ୁଥିବା ଦେଖିବାକୁ ମିଳିଛି। କାରଣ ଗାଁରେ ଭଲ ନେଟଓ୍ବାର୍କ ଆସୁ ନ ଥିବାରୁ ବାଧ୍ୟ ହୋଇ ପିଲାମାନେ ଗଛ ଉପରେ ଚଢ଼ି ପାଠପଢ଼ୁଛନ୍ତି।

ଗଛ ଉପରେ ନେଟଓ୍ବାର୍କ ଭଲ ଆସୁଥିବାରୁ ପିଲାମାନେ ସେଠାରେ ବସି ପାଠପଢ଼ୁଛନ୍ତି। ବର୍ତ୍ତମାନ କରୋନା କାଳରେ ପିଲାଙ୍କ ପାଇଁ ଅନ୍‌ଲାଇନ ଶିକ୍ଷା ଜରୁରୀ ହୋଇପଡ଼ିଥିବା ବେଳେ ଇଣ୍ଟରନେଟ ଅଭାବରୁ ପିଲାଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏମାନଙ୍କ ମଧ୍ୟରେ କମ୍‌ ବୟସର ଶିଶୁ ଥିବା ବେଳେ କାଲି କିଛି ଅଘଟଣ ନ ଘଟିବ ବୋଲି କିଏ କହିବ। ଅନ୍ୟପଟେ ଏନେଇ ନାସିକ ଡିଭିଜନର ଶିକ୍ଷା ଉପ ନିର୍ଦ୍ଦେଶକ ପ୍ରବୀଣ ପାଟିଲ କହିଛନ୍ତି, ଉକ୍ତ ଅଞ୍ଚଳରେ ମାତ୍ରାଧିକ ମୋବାଇଲ ଟାଓ୍ବାର ନାହିଁ। ଯେଉଁଥିପାଇଁ ସେଲୁଲାର ସଂଯୋଗ ଓ ଇଣ୍ଟରନେଟ ସ୍ପିଡ୍‌ରେ ସମସ୍ୟା ଦେଖାଯାଉଛି। ତେଣୁ ଅନ୍‌ଲାଇନ କ୍ଲାସ୍‌ ପାଇଁ ପିଲାଙ୍କୁ ଏଭଳି ପଦକ୍ଷେପ ଗ୍ରହଣ କରିବାକୁ ପଡ଼ୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri