ମାତୃଭାଷାରେ ସ୍ନାତକ ପଢ଼ିବେ ଛାତ୍ରଛାତ୍ରୀ: ପୁସ୍ତକ ଲେଖା ପାଇଁ ୫୦ ଲେଖକ ମନୋନୀତ

ଭୁବନେଶ୍ବର, ୨୪।୧: ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ। ଏନେଇ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିକଟରେ ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ବବିଦ୍ୟାଳୟ ପକ୍ଷରୁ ଏମବିଏ ପାଠ୍ୟକ୍ରମ ପାଇଁ ଓଡ଼ିଆ ପୁସ୍ତକ ପ୍ରକାଶ କରାଯାଇଥିଲା ବେଳେ ଆଗକୁ ଡାକ୍ତରୀ ଏବଂ ଇଂଜିନିୟରିଂ ମଧ୍ୟ ଓଡ଼ିଆ ଭାଷାରେ ପଢ଼ାଯିବ। ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ କରିବା ପାଇଁ ସରକାରୀ ସ୍ତରରେ ତତ୍ପରତା ଦେଖାଦେଇଛି।

ଉଚ୍ଚଶିକ୍ଷା ବିଭାଗରେ ସ୍ନାତକ(+୩) କ୍ଷେତ୍ରରେ ଏହା ଲାଗୁ ହୋଇ ସାରିଥିବାବେଳେ ଛାତ୍ରଛାତ୍ରୀ ଯେଭଳି ଭାବେ ନିଜ ମାତୃଭାଷାରେ ପାଠ ପଢ଼ିବେ ସେ ଦିଗରେ କାମ ଚାଲିଛି। ପୁସ୍ତକ ଲେଖା ପାଇଁ ରାଜ୍ୟରେ ପ୍ରାୟ ୫୦ ଲେଖକଙ୍କୁ ମନୋନୀତ କରାଯାଇଛି । ଖୁବ୍‌ଶୀଘ୍ର ପୁସ୍ତକ ଲେଖା କାମ ଆରମ୍ଭ ହେବ।

ସୂଚନା ଅନୁଯାୟୀ ଜାତୀୟ ଶିକ୍ଷାନୀତି ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରୁ ଲାଗୁ କରାଯାଇଛି । ଜାତୀୟ ଶିକ୍ଷାନୀତି ୨୦୨୦ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ଵବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟରେ ଲାଗୁ ହୋଇଛି। ତିନି ବର୍ଷ ବଦଳରେ ଚାରି ବର୍ଷର ସ୍ନାତକ ପାଠ୍ୟକ୍ରମ ପଢ଼ିବେ ଛାତ୍ରଛାତ୍ରୀ ।

ପ୍ରଚଳିତ ପୁସ୍ତକ ଲେଖା ପାଇଁ ୫୦ ଲେଖକ ମନୋନୀତ ପାଠ୍ୟକ୍ରମକୁ ଦୃଷ୍ଟିରେ ରଖ୍ ପାଠ୍ୟ ପୁସ୍ତକ ପ୍ରସ୍ତୁତ କରିବାକୁ ଉତ୍କଳ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଦାୟିତ୍ବ ଦିଆଯାଇଛି। ପ୍ରଫେସର ଆଚାର୍ଯ୍ୟଙ୍କୁ ପୁସ୍ତକ ପ୍ରସ୍ତୁତି ପାଇଁ ନୋଡାଲ ଅଧିକାରୀ ଭାବେ ପୂର୍ବରୁ ଦାୟିତ୍ୱ ଦିଆଯାଇଥିଲା। ଏବେ ଉତ୍କଳ ବିଶ୍ବବିଦ୍ୟାଳୟ ପକ୍ଷରୁ ସ୍ନାତକ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ମ୍ୟାନେଜମେଣ୍ଟ ଭଳି ପାଠ୍ୟକ୍ରମର ପ୍ରାୟ ୨୦ ପୁସ୍ତକ ପ୍ରାଥମିକ ଭାବେ ଲେଖାଯିବ।

ଜାତୀୟ ଶିକ୍ଷା ନୀତିର ପାଠ୍ୟଖସଡ଼ା ମୁତାବକ ଏହି ପୁସ୍ତକ ଲେଖାଯିବ। ପୁସ୍ତକ ଲେଖା ପାଇଁ ସ୍ବତନ୍ତ୍ର ମାନଦଣ୍ଡ(ଏସଓପି) ପ୍ରସ୍ତୁତ କରାଯାଉଛି। ଏନେଇ ଏକ ବୈଠକ ହୋଇଥିବାବେଳେ ଖୁବ୍‌ଶୀଘ୍ର ପୁସ୍ତକ ଲେଖାର ନିୟମାବଳୀ ଚୂଡ଼ାନ୍ତ କରାଯିବ । ବ‌ହିଗୁଡ଼ିକ ଓଡ଼ିଆରେ ଲେଖାଯିବ। ୨୦୨୪-୨୫ରୁ ସ୍ନାତକ (+୩) ରେ ଜାତୀୟ ଶିକ୍ଷାନୀତି ଲାଗୁ ହୋଇଥିବାରୁ କିଭଳି ଶୀଘ୍ର ପୁସ୍ତକ ରଚନା ହେବ ସେନେଇ କାର୍ଯ୍ୟ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?