ପରିବେଶର ସୁରକ୍ଷା ନେଇ ଶପଥ ନେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୨।୪(ଡି.ଏନ୍‌.ଏ.): ଆଜି ଧରିତ୍ରୀ ଦିବସ। ଏହି ଦିବସକୁ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ଏକାଠି ହୋଇ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ପରିବେଶ ଅତ୍ୟନ୍ତ ସୁନ୍ଦର। ହେଲେ ପ୍ରାକୃତିକ ସମ୍ପଦରେ ଭରପୁର ରହିଥିବା ଦାରିଙ୍ଗବାଡିରେ ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ହେବାକୁ ବସିଥିବା ବେଳେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପରିବେଶକୁ ଦୂଷିତ କରିବାରେ ଲାଗିଛି। ସରକାରୀ ଓ ବେସରକାରୀସ୍ତରରେ ପରିବେଶକୁ ସୁସ୍ଥ ରଖିବାକୁ ଉଦ୍ୟମ କରାଯାଉଥିଲେ ମଧ୍ୟ ତାହା ସନ୍ତୋଷ ଜନକ ହୋଇପାରୁ ନାହିଁ। ଫଳରେ ଅଞ୍ଚଳରେ ପୂର୍ବ ଭଳି ଶୀତ ସହ ବର୍ଷାର ଅନିୟମିତତା ଦେଖାଯାଉଛି। ଯାହାକି ପରିବେଶବିତ୍‌ଙ୍କ ମଧ୍ୟରେ ଚିନ୍ତା ଦେଖାଦେଇଛି।

ଏନେଇ ଅଞ୍ଚଳବାସୀ ମଧ୍ୟ ଚିନ୍ତା କରୁଥିବା ବେଳେ ଏଥିରୁ ବାଦ ପଡ଼ିନାହାନ୍ତି କୁନିକୁନି ଛାତ୍ରୀଛାତ୍ର। ପରିବେଶକୁ ସୁରକ୍ଷା ଦେବାକୁ ଅଣ୍ଟା ଭିଡ଼ିଛନ୍ତି ଛାତ୍ରୀଛାତ୍ର । ଧରିତ୍ରୀ ଦିବସ ଅବସରରେ ଦାରିଙ୍ଗବାଡି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମେତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡ଼ିଆ ସମେତ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲି ପ୍ଲାଷ୍ଟିକ, ପଲିଥିନ, ଖାଲି ବୋତଲକୁ ଉଠାଇ ଡଷ୍ଟବିନରେ ପକାଇଥିଲେ। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କରିଥିଲେ। ନିକଟସ୍ଥ ଜଙ୍ଗଲ ଓ ପରିବେଶ ବିଭାଗର ଚାରା ଉତ୍ପାଦନ କେନ୍ଦ୍ରରୁ ବିଭିନ୍ନ ଗଛ ଆଣି ରୋପଣ କରିଥିଲେ। ଛାତ୍ରୀଛାତ୍ରମାନେ ପରିବେଶର ସୁରକ୍ଷା ଏବଂ ଏହାର ସଚେତନ କରିବାକୁ ଶପଥ ନେଇଥିଲେ। ଖରାଛୁଟି ସତ୍ତ୍ୱେ ଛାତ୍ରୀଛାତ୍ରଙ୍କ ପରିବେଶ ସୁରକ୍ଷା ପ୍ରତି ବଢୁଥିବା ଆଗ୍ରହକୁ ସ୍ଥାନୀୟ ଲୋକେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri