ଭଙ୍ଗା ଆଜବେଷ୍ଟସ ତଳେ ଛାତ୍ରୀଛାତ୍ର

ବଇଣ୍ଡା,୩ା୩(ଡି.ଏନ.ଏ.): କୋଭିଡ୍‌ କାରଣରୁ ୨ ବର୍ଷ ବନ୍ଦ ରହିଲା ପ୍ରାଥମିକ ବିଦ୍ୟାଳୟ। ହେଲେ ଅବ୍ୟବସ୍ଥିତ ଭିତ୍ତିଭୂମିରେ ପରିବର୍ତ୍ତନ କଲେନି ରାଜ୍ୟ ସରକାର। ଫଳରେ ଦୀର୍ଘଦିନ ପରେ ସ୍କୁଲକୁ ଆସିଥିବା କୁନି କୁନି ଛାତ୍ରୀଛାତ୍ର ଅତ୍ୟନ୍ତ ବିପଦସଙ୍କୁଳ ଅବସ୍ଥାରେ ଆଜବେଷ୍ଟସ ତଳେ ଖୋଲାମେଲାରେ ବସି ପାଠ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡିପଥର ପ୍ରାଥମିକ ବିଦ୍ୟାଳୟର ଏପରି ସମସ୍ୟା ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଭରିଦେଇଛି। ବୁଧବାର ସେମାନେ ଅନୁଗୋଳ ଜିଲାପାଳଙ୍କଠାରେ ଏ ନେଇ ଆଭିଯୋଗ କରିବା ସହ ତୁରନ୍ତ ଆବଶ୍ୟକ ଶ୍ରେଣୀଗୃହ ବ୍ୟବସ୍ଥା ପାଇଁ ଦାବି କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, ୧୯୩୬ ମସିହାରେ ଗ୍ରାମବାସୀଙ୍କ ପକ୍ଷରୁ ଏହି ବିଦ୍ୟାଳୟ ସ୍ଥାପନ କରାଯାଇଥିଲା। ବର୍ତ୍ତମାନ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ୮୯ ଛାତ୍ରୀଛାତ୍ର ଏଠାରେ ପଢୁଛନ୍ତି। ୫ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଥିବାବେଳେ ପିଲାଙ୍କ ପାଇଁ ଆବଶ୍ୟକ ଶ୍ରେଣୀଗୃହ ନାହିଁ। ୫ଟି ଶ୍ରେଣୀ ପାଇଁ ୨ଟି ଛାତ ଘର ଓ ୨ଟି ଟାଇଲ ଘର ରହିଛି। ସେଥିରୁ ଗୋଟିଏ ଅଫିସ ଭାବେ ବ୍ୟବହାର ହେଉଥିବାରୁ ସ୍ଥାନାଭାବ ଦେଖାଦେଇଛି। ଫଳରେ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ୨ଟି ଟାଇଲ ଘରେ ଶିକ୍ଷାଦାନ କରାଯାଉଛି। ତଥାପି ଜାଗା ନିଅଣ୍ଟ ପଡ଼ୁଥିବାରୁ ଏକ ଆଜବେଷ୍ଟସ ତଳେ ଖୋଲାରେ ପିଲାଙ୍କୁ ବସାଯାଉଛି। ବିଦ୍ୟାଳୟର ଏପରି ଅବସ୍ଥା ଦେଖି ଅଭିଭାବକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହ ଦୀର୍ଘଦିନ ହେବ ସ୍କୁଲରେ ପିଇବା ପାଣି ସମସ୍ୟା ଲାଗିରହିଛି। ନଳକୂଅ କିମ୍ବା ପାଇପ୍‌ ଜଳ ବ୍ୟବସ୍ଥା କରାଯାଉ ନ ଥିବାରୁ କୁନି କୁନି ଛାତ୍ରୀଛାତ୍ରମାନେ ଅତ୍ୟନ୍ତ ବିପଦପୂର୍ଣ୍ଣ ଭାବେ ରାଜ୍ୟ ରାଜପଥ ପାର୍‌ହୋଇ ନଳକୂଅକୁ ପାଣି ପିଇବା ପାଇଁ ଯାଉଛନ୍ତି। ଚତୁଃପାଶର୍‌ବ ପାଚେରି ନ ଥିବାବେଳେ ସ୍ଥାୟୀ ଖେଳପଡିଆ ନାହଁି। ଫଳରେ ଏଠାରେ କ୍ରୀଡ଼ାରେ ବିକାଶ ହୋଇପାରୁନାହିଁ। ତୁରନ୍ତ ନୂତନ ଶ୍ରେଣୀ ଗୃହ ନିର୍ମାଣ ସହ ଲାଗିରହିଥିବା ସମସ୍ତ ସମସ୍ୟା ସମାଧାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ପ୍ରଧାନ ଶିକ୍ଷୟିତ୍ରୀ ସୁଭଦ୍ରା ନାୟକ କହିଛନ୍ତି, ପୁରାତନ ଟାଇଲ ଗୃହଗୁଡିକ ମରାମତି କରିବା ପାଇଁ ଅର୍ଥ ମଞ୍ଜୁର ହୋଇଛି। ମରାମତି କାର୍ଯ୍ୟ ଖୁବ୍‌ଶୀଘ୍ର କରାଯିବ। ଆଠମଲ୍ଲିକ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥୀ ଶୁଣ୍ଢୀ କହିଛନ୍ତି, ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?