କୁନି ଛାତ୍ରଙ୍କ ଭିଡିଓ ଭାଇରାଲ ପରେ ଖୋଲୁଛି ସରକାରୀ ବିଦ୍ୟାଳୟର ଗୁମର

ବାଲେଶ୍ୱର ଅଫିସ,୧୯ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ଗୁମର ଖୋଲିଛନ୍ତି  ତୃତୀୟ ଶ୍ରେଣୀ ଛାତ୍ର। ବିଦ୍ୟାଳୟକୁ ପଢ଼ିବାକୁ ଆସିଥିବା କୁନି ଛାତ୍ରଙ୍କୁ ପ୍ରଧାନଶିକ୍ଷକ ପ୍ରତ୍ୟେକ ଦିନ ପାଠପଢ଼ା ସମୟରେ ମଧ୍ୟାହ୍ନଭୋଜନ ପାଇଁ ସଉଦା ଆଣିବାକୁ ପଠାଉଛନ୍ତି। ଯାହାର ଭିଡିଓ ଗଣମାଧ୍ୟମ ହାତରେ ଲାଗିଛି। ଯେଉଁଠି ସରକାର ବସ୍ତାନୀ ବୋଝ ବହିବାକୁ କୁନି ପିଲାଙ୍କୁ ବାରଣ କରିଛନ୍ତି ସେଠାରେ ଶିକ୍ଷକ ପରିବା, ସଉଦା ବ୍ୟାଗ୍‌ ବୋଝ ବୁହାଉଛନ୍ତି। ଯାହା ବିଦ୍ୟାଳୟ ଗାଇଡ୍‌ଲାଇନ୍‌କୁ ସମ୍ପୂର୍ଣ୍ଣ ଉଲ୍ଲଙ୍ଘନ କରୁଛି। ଏପରି ସମ୍ବେଦନଶୀଳ ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଅଧୀନ ସଦାନନ୍ଦପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଣେ ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ସ୍ଥାନୀୟ ଦୋକାନରୁ ମଧ୍ୟାହ୍ନଭୋଜନ ସଉଦା ଆଣିବାକୁ ପଠାଇଥିଲେ। ପିଲାଟି ଦିନ ୧୧ ସମୟରେ ବିଦ୍ୟାଳୟ ବାହାରେ ଦୋକାନରୁ ସଉଦା ନେଇ ଯାଉଥିବା ବେଳେ ଜଣେ ଗ୍ରାମବାସୀ ଏହି ଭିଡିଓଟି ଉଠାଇଥିଲେ। ପରେ ସେ ପିଲାଟିକୁ ପଚାରିବାରୁ ପିଲାଟି ପ୍ରଧାନଶିକ୍ଷକ ତାଙ୍କୁ ପ୍ରତ୍ୟେକ ଦିନ ସଉଦା ଆଣିବାକୁ ପଠାନ୍ତି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri