କାଦୁଅରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ନନ୍ଦପୁର, ୨୬ା୬(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁରର ପ୍ରସିଦ୍ଧ ତଥା ଐତିହାସିକ ଗଣେଷ ମନ୍ଦିର ଯିବାକୁ ଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ମାଟିିରାସ୍ତା ହୋଇଥିବାରୁ ଅସରାଏ ବର୍ଷା ହେଲେ ଉକ୍ତ ରାସ୍ତାରେ ଯାତାୟାତ କରିବା କଷ୍ଟକର ହେଉଛି। ମନ୍ଦିର ପାର୍ଶ୍ୱ୍‌ରେ ଥିବା ସାରିଆପୁଟ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତୀଛାତ୍ର, ଶିକ୍ଷୟତ୍ରୀ ଶିକ୍ଷକ, ସାରିଆପୁଟ ଓ କଉଡ଼ିଖାଲ ଗ୍ରାମବାସୀ ଯାତାୟାତ ବେଳେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କାଦୁଅ ଭିତରେ ପଶି ସମସ୍ତେ ଯବାକୁ ବାଧ୍ୟ ହେଉଛନ୍ତି। ଗାଡ଼ି ମୋଟର ଯାତାୟତ କରିବାରେ ବାଧା ଉପୁଜୁଛି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିଲୀପ ମୁଣ୍ଡାଗୁଡିଆ କହିଛନ୍ତି, ୫-ଟି ରୂପାନ୍ତରଣରେ ଗଣେଶ ମନ୍ଦିରର ଉନ୍ନତିକରଣ କାର୍ଯ୍ୟ କରାଯାଉଛି। ନିର୍ମାଣ ସାମଗ୍ରୀ ପରିବହନ ନିମନ୍ତେ ବଡ ଗାଡ଼ି ବ୍ୟବହାର ହେଉଛି। ଗାଡିଗୁଡିକ ଯାତାୟାତରେ ରାସ୍ତାରେ ଅଧିକ ଖାଲ ହେଉଛି। ଏଥିଯୋଗୁ ଛାତ୍ରୀଛାତ୍ର, ଶିକ୍ଷୟତ୍ରୀ ଶିକ୍ଷକ, ଗ୍ରାମବାସୀ ଏବଂ ଗଣେଶ ମନ୍ଦିରକୁ ଆସୁଥିବା ପର୍ଯ୍ୟଟକମାନେ ହଇରାଣ ହେଉଛନ୍ତି। ଏନେଇ ୨ ଗ୍ରାମର ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ପଞ୍ଚାୟତ ଓ ବ୍ଲକ ପ୍ରଶାସନକୁ ବାରମ୍ବାର ଏହି ରାସ୍ତାର ନିର୍ମାଣ ଲାଗି ଅବଗତ କରାଇଥିଲେ ମଧ୍ୟ କେହି ଶୁଣୁନାହାନ୍ତି ବୋଲି ମୁଣ୍ଡାଗୁଡିଅ କହିଛନ୍ତି। ଏ ସମ୍ପର୍କରେ ବିଡିଓ ସୁଜିତ ମିଶ୍ର ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ଜସକେତନ ବେହେରାଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଉଭୟେ କହିଲେ, ଉକ୍ତ ରାସ୍ତାର ନୂତନ ନିର୍ମାଣ ପାଇଁ ବ୍ଲକ ପକ୍ଷରୁ ଜିଆଇଏ ଯୋଜନାରେ ୧୦ ଲକ୍ଷ ଟଙ୍କାର ଅଟକଳ କରାଯାଇ ଜିଲା ପ୍ରଶାସନ ଜରିଆରେ ରାଜ୍ୟ ସରକାରଙ୍କ ଅନୁମୋଦନ ନିମନ୍ତେ ପ୍ରସ୍ତାବ ପଠାଯାଇଛି। ଅନୁମୋଦନ ମିଳିଲେ ଗଣେଶ ମନ୍ଦିର ରାସ୍ତାର ନୂତନ ନିର୍ମାଣ କରାଯିବ ବୋଲି ଉଭୟେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?