କାଦୁଅ ରାସ୍ତାରେ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଲୋଇସିଂହା,୨୩।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ପଞ୍ଚାୟତ ଅନ୍ତର୍ଗତ ବଡଖଲିଆପଲି ଗାଁର ପିଲାମାନେ କାଦୁଅ ରାସ୍ତାରେ ସ୍କୁଲକୁ ଯାଉଛନ୍ତି। ସ୍କୁଲ ରାସ୍ତାର ଉନ୍ନତୀକରଣ ପାଇଁ ଗ୍ରାମବାସୀ ସ୍ଥାନୀୟ ପଞ୍ଚାୟତର ସରପଞ୍ଚଙ୍କଠାରୁ ବ୍ଲକ ପ୍ରଶାସନ ଯାଏ ଜଣାଇଥିଲେ ବି ନିରାଶ ହେବାକୁ ପଡିଛି ବୋଲି କହିଛନ୍ତି। ଏହାକୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି ।
୨ୱାର୍ଡ ବିଶିଷ୍ଟ ବଡଖଲିଆପାଲି ଗ୍ରାମରେ ରହିଛି ଏକ ପୁରାତନ ପ୍ରାଥମିକ ବିଦ୍ୟାଳୟ। ଏଠାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ହେଲେ ଗାଁଠାରୁ ବିଦ୍ୟାଳୟର ଦୂରତା ପ୍ରାୟ ଅଧ କିଲୋମିଟର। ମାଟି ମୋରମ ରାସ୍ତା ବର୍ଷାଦିନେ କର୍ଦ୍ଦମାକ୍ତ ହୋଇ ଯାଉଛି। ଲୋକେ ଯିବା ଆସିବାରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କାଦୁଅ ସରସର ହୋଇ ଛାତ୍ରୀଛାତ୍ରମାନେ ସ୍କୁଲ ଯାଉଛନ୍ତି। ଏପରିକି ଗତ ସ୍ବାଧୀନତା ଦିବସରେ ପିଲାମାନେ ସେହି ରାସ୍ତାରେ ଗ୍ରାମ ପରିକ୍ରମା କରିଥିଲେ ା ଦେଶ ସ୍ବାଧୀନତାର ଅମୃତ ମହୋସତ୍ବ ପାଳନ କରୁଥିବାବେଳେ ଉକ୍ତ ରାସ୍ତାର ଉନ୍ନତୀକରଣ ନ ହେବା ଦୁଃଖଦାୟକ ବୋଲି ଗ୍ରାମବାସୀ କହିଛନ୍ତି। ଜିଲାପାଳ ସ୍ବତନ୍ତ୍ରଭାବେ ଦୃଷ୍ଟି ଦେଇ ଉକ୍ତ ରାସ୍ତା ନିର୍ମାଣ କରିବାକୁ ସ୍କୁଲ ପରିଚାଳନା କମିଟି ସଭାପତି ବୈଠାରୁ ମହଲା, ୱାର୍ଡସଭ୍ୟା ବିଳାସିନୀ ସା, ସଭ୍ୟ କନ୍ଦର୍ପ ବିଶ୍ୱାଳ, କେଚା ବାରିକ, ପ୍ରଶାନ୍ତ ସା, ଅନନ୍ତ ବିଶ୍ୱାଳ, ଅଙ୍ଗନବାଡି ସହାୟିକା ରଏବାରୀ ନଇ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?