ବିପଦପୂର୍ଣ୍ଣ ରାସ୍ତାରେ ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

କର୍ଲାମୁଣ୍ଡା,୭ା୮(ପ୍ରଦୀପ କୁମାର ସାହୁ):କମ୍‌ ଛାତ୍ରୀଛାତ୍ର ଥିବା କାରଣରୁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୨୪ ବିଦ୍ୟାଳୟକୁ ତତ୍କାଳୀନ ରାଜ୍ୟ ସରକାର ୨୦୨୦ରେ ସମ୍ପୂର୍ଣ୍ଣ ବନ୍ଦ କରିଦେଲେ। ଫଳରେ ବ୍ଲକର ଅନେକ ଗାଁର ଛାତ୍ରୀଛାତ୍ର ଦୂରଦୂରାନ୍ତକୁ ଯାଇ ପାଠ ପଢ଼ୁଥିବା ଦେଖିବାକୁ ମିଳିଛି। ବିଶେଷ କରି ତେରେକେଲା, କେର୍ନାପଲା, କୁଶୁର୍ଲା ହଜାରିପଡା, ଦେଓଗାଁ, ତେରେସିଙ୍ଗା ଫଟାମୁଣ୍ଡା, ସରଗୁଲ ସରଦାପୁର, ଭାଲୁପିଆ ବୁଢ଼ୀମୁଣ୍ଡା, ରିଷିଡା ମାତୃପୁରୀ, ରାଜପୁର ସାଲେପାଲି, ବହଳମୁଣ୍ଡା ଆଦି ଗାଁର ଛୋଟ ପିଲାମାନେ ବିପଦପୂର୍ଣ୍ଣ ରାସ୍ତା ଦେଇ ବିଦ୍ୟାଳୟକୁ ପାଠ ପଢିବାକୁ ଯାଉଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏହି ବ୍ଲକର କୁଶୁର୍ଲା ବିଦ୍ୟାଳୟରୁ ମୁଖ୍ୟ ରାସ୍ତା ଜାତୀୟ ରାଜପଥ ଦେଇ ପ୍ରାୟ ୨ କିଲୋମିଟର ଦୂରରେ କୁଶୁର୍ଲାର ହଜାରିପଡା ଓ କଲୋନୀପଡା ପଡିଥାଏ। ଏହି ଦୁଇ ପଡାବାସୀଙ୍କ ପାଇଁ ୧୯୮୩ ମସିହାରେ ସରକାରଙ୍କ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରାଯାଇଥିଲା। ତେବେ ପୂର୍ବ ସରକାର କମ୍‌ ଛାତ୍ରୀଛାତ୍ର ଥିବା କାରଣରୁ ଏହାକୁ ବନ୍ଦ କରିଦେଲେ। ଫଳରେ ଏହି ଦୁଇ ପଡାର ପ୍ରଥମରୁ ପଞ୍ଚମ ଶ୍ରେଣୀ ପଢୁଥିବା କୁନି ଛାତ୍ରୀଛାତ୍ର ୫୯ ନମ୍ବର ଜାତୀୟ ରାଜପଥ ଓ ନୀଳକଣ୍ଠେଶ୍ୱର ସାଗର ହିଡ ଦେଇ ବିପଦପୂର୍ଣ୍ଣ ଭାବେ କୁଶୁର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଉଥିବା ହଜାରିପଡାର ଯୁବ ସାମାଜିକ କର୍ମୀ ସନତ କୁମାର ସାହୁ, ତ୍ରିଲୋଚନ ସାହୁ, ରୋହିତ ନାଗ ପ୍ରକାଶ କରିଛନ୍ତି। ଏଣୁ ପୁଣି ଥରେ ବିଦ୍ୟାଳୟ ଖୋଲାଯିବା ଦିଗରେ ପ୍ରଶାସନ ପଦକ୍ଷେପ ଗ୍ରହଣ କରିବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି। ଏ ନେଇ କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡାଙ୍କୁ ପଚାରିବାରୁ ଏ ବିଷୟରେ ଜିଲା ପ୍ରଶାସନ ସହିତ ଆଲୋଚନା କରିବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?